Advertisment

କେଉଁ ଜିଲ୍ଲାରୁ କେତେ କରୋନା ଆକ୍ରାନ୍ତ, ଜାଣନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସକାଳେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ସେଥି ମଧ୍ୟରୁ ଏବେ ସୁଦ୍ଧା ରାଜ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତେବେ ଏହା ମଧ୍ୟରେ କରୋନା ସମ୍ପର୍କରେ ସରକାର ଜିଲ୍ଲାୱାରୀ ତଥ୍ୟ ଦେଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ […]

ଅଦ୍ୟତନ ହୋଇଛି
ସୁସ୍ଥ ହେଲେ ଆଉ ଦୁଇ ‘କରୋନା’ ଆକ୍ରାନ୍ତ, ସଂଖ୍ୟା ପହଞ୍ଚିଲା ୩୧ରେ

corona-1-3-1

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସକାଳେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ସେଥି ମଧ୍ୟରୁ ଏବେ ସୁଦ୍ଧା ରାଜ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତେବେ ଏହା ମଧ୍ୟରେ କରୋନା ସମ୍ପର୍କରେ ସରକାର ଜିଲ୍ଲାୱାରୀ ତଥ୍ୟ ଦେଇଛନ୍ତି।

Advertisment

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୨୩ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଉ ୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁର ଜିଲ୍ଲାରେ ୧୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ଜଣେ ସୁସ୍ଥ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ବି ୧୬ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୧୪ ଚିକିତ୍ସାଧୀନ ଅଛନ୍ତି। ୨ ଜଣ ସୁସ୍ଥ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରେ ସମସ୍ତ ୧୦ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ୬ ଜଣ ଆକ୍ରାନ୍ତ ରହିଛନ୍ତି। ସେଥିମଧ୍ୟରୁ ୩ ଜଣ ଚିକିତ୍ସାଧୀନ ଥିବା ବେଳେ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କେନ୍ଦ୍ରାପଡ଼ାରେ ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଚିକିତ୍ସାଧୀନ ଥିବା ବେଳେ  ଜଣେ ସୁସ୍ଥ ହୋଇଛନ୍ତି।

Advertisment

ଅନ୍ୟପକ୍ଷରେ କଳାହାଣ୍ଡି ଜିଲ୍ଲାର ୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଢେଙ୍କାନାଳ, କଟକ ଓ ପୁରୀର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe