ଆସନ୍ତାକାଲି ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ: ହେଲଥ କାର୍ଡ ବାଣ୍ଟିବେ, ୫୯୦ କୋଟିର ପ୍ରକଳ୍ପ ଭେଟି ଦେବେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ରାଉରକେଲା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ପ୍ରାୟ ୫୮୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଉଦଘାଟନ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ୪୫ ମିନିଟର ରାଉରକେଲା ଗସ୍ତବେଳେ ସଭା ମଂଚରେ ସ୍ଥାନୀୟ ସାଂସଦ ତଥା ବରିଷ୍ଠ […]

Naveen Patnaik

Naveen Patnaik

Ordigital Desk
  • Published: Monday, 13 September 2021
  • Updated: 13 September 2021, 09:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ରାଉରକେଲା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ପ୍ରାୟ ୫୮୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଉଦଘାଟନ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ୪୫ ମିନିଟର ରାଉରକେଲା ଗସ୍ତବେଳେ ସଭା ମଂଚରେ ସ୍ଥାନୀୟ ସାଂସଦ ତଥା ବରିଷ୍ଠ ବିଜେପି ନେତା ଜୁଏଲ ଓରାମ ଉପସ୍ଥିତ ରହିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଥିଲେ ବି ସେ ଏହି ସଭାରେ ଯୋଗଦେବାର ସମ୍ଭାବନା କ୍ଷୀଣ।

ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ୧୧ଟାରେ ରାଉରକେଲା ବିମାନ ବନ୍ଦରରେ ପହଂଚିବେ ଓ ୧୧ ଟା ୪୫ମିନିଟରେ ରାଉରକେଲା ଛାଡ଼ିବେ । ସେଠାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ସୁନ୍ଦରଗଡ଼ ଜିଲ୍ଲାର ୪ଲକ୍ଷ ୩୬ହଜାର ୯୪୮ ପରିବାରର ୧୫ଲକ୍ଷ ୦୯ହଜାର ୮୨୧ଜଣ ଏହି ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରୁ ସୁଫଳ ପାଇବେ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଉରକେଲା ଇସ୍ପାତ ପ୍ଲାଣ୍ଟର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲର ଅଡିଟୋରିୟମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମାତ୍ର ୪୦ମିନିଟ୍ ରହିବେ ଓ ଏହି ଅବଧି ମଧ୍ୟରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବା ସହ ୩୮୦କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ୨୧୦ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସଭା ମଂଚରେ ସ୍ଥାନୀୟ ବିଧାୟକ ଶାରଦା ନାୟକ, ସୁବ୍ରତ ତରାଇ, ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଓ ସ୍ଥାନୀୟ ସାଂସଦ ଜୁଏଲ ଓରାମ ଉପସ୍ଥିତ ରହିବେ। ରାଜ୍ୟର ପ୍ରାୟ ୧୫ରୁ ଅଧିକ ମନ୍ତ୍ରୀ ଜିଲ୍ଲାର ବିଭିନ୍ନ ବ୍ଲକ ମୁଖ୍ୟାଳୟରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସହ ଯୋଡ଼ି ହେବେ। ରାଜ୍ୟ ସରକାରରେ ଉପଦେଷ୍ଟା ଓ ବିଭିନ୍ନ ନିଗମର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ବିଜେଡି ନେତାମାନେ ଓ ୧୫ରୁ ଅଧିକ ମନ୍ତ୍ରୀଙ୍କୁ ଜିଲ୍ଲାର ଏସବୁ ବ୍ଲକ ଓ ପୌରାଂଚଳରେ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଜେଡି ନେତା ଓ ମନ୍ତ୍ରୀମାନେ ଆଜି ସନ୍ଧ୍ୟାରୁ ନିଜ ନିଜ ସ୍ଥାନରେ ଡେରା ପକାଇଥିବାବେଳେ ସେମାନେ ସେଠାରେ ୩ରୁ ୪ଦିନ ରହି କାର୍ଡ ବାଣ୍ଟିବେ ବୋଲି ଜଣାପଡ଼ିଛି।
ସୁନ୍ଦରଗଡ଼ ଜିଲ୍ଲାରେ ବିଜେଡିର ସଂଗଠନ ସୁଦୃଢ଼ ନଥିବାବେଳେ ଆଗାମୀ ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ଏବେ ଏହି ସରକାରୀ କାର୍ଯ୍ୟକ୍ରମରୁ ରାଜନୀତିକ ଫାଇଦା ନେବାକୁ ଉଦ୍ୟମ ଆରମ୍ଭ କରିଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଫେବୃୟାରୀ ୧୬ତାରିଖରେ ସୁନ୍ଦରଗଡ଼ ଗସ୍ତ କରି ସେଠାରେ ପ୍ରାୟ ୫ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୭ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story