ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ୱାରେଣ୍ଟାଇନ୍ ସେଣ୍ଟରରେ ଶିକ୍ଷକଙ୍କୁ ମାଡ଼ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏହାସହ ଶିକ୍ଷକଙ୍କ ସୁରକ୍ଷା ନେଇ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରାଯାଇଛି। ‘କରୋନା’ ମୁକାବିଲାରେ ଶିକ୍ଷକମାନେ ହେଉଛନ୍ତି ଯୋଦ୍ଧା। ସେମାନଙ୍କ ମନଭାବକୁ ସରକାର ପ୍ରଶଂସା ମଧ୍ୟ କରିଛନ୍ତି। ଯେଉଁମାନେ ସେମାନଙ୍କ ଉପରେ ଆକ୍ରମଣ କରୁଛନ୍ତି, ସେମାନଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।
ସୂଚନାରୁ ପ୍ରକାଶ, ଗତ ୨୨ ତାରିଖରେ ଗଞ୍ଜାମ ଜଗନ୍ନାଥ ପ୍ରସାଦ କ୍ଷେତ୍ର ମୁଣ୍ଡୁଳି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗନ୍ନାଥ ନାୟକ ଓ ୨୪ ତାରିଖରେ ବାଲେଶ୍ୱରର ତୋଟାପଡ଼ା ବିଦ୍ୟାଳୟର କ୍ରୀଡା ଶିକ୍ଷକ ଲକ୍ଷ୍ମୀଧର ପରିଡାଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା। ଏହାଛଡ଼ା ଅନେକ ବିଦ୍ୟାଳୟରେ ହୋଇଥିବା କ୍ୱାରେଣ୍ଟାଇନ୍ ସେଣ୍ଟରରେ ପ୍ରବାସୀମାନେ ଶିକ୍ଷକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିତାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।