ଶେରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଶେରଗଡ଼ରେ ଆୟୋଜିତ ବିଜେଡିର ଜନ ସମ୍ପର୍କ ପଦ ଯାତ୍ରାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଶେରଗଡ଼ରେ ପହଞ୍ଚି ଚାରିଛକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ଶେରଗଡ଼, ଡେଙ୍ଗାପଦର, ଗୋଠଗାଁ ଓ ଅଲାରିଗଡ଼ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ସହାୟତା ବଣ୍ଟନ କରିଥିଲେ।

ଧବଳପୁର ପଞ୍ଚାୟତ ଗୃହ ଓ ଅଲାରିଗଡ଼ରେ ନବ ନିର୍ମିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ। ଏଥି ସହିତ ସେ ହିଞ୍ଜିଳି, ରଙ୍ଗେଇଲୁଣ୍ଡା ଓ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।