ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚାଷୀ ତଥା ଚାଷର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଛୁ । କାଳିଆ ଯୋଜନା ଚାଷୀଙ୍କ ସମ୍ମାନ ବୃଦ୍ଧି କରିଛି । ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ କୃଷି ଓଡ଼ିଶା ଉତ୍ସବକୁ ଉଦ୍ଘାଟନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ କୃଷି ନୀତି ସମୃଦ୍ଧି ଉନ୍ମୋଚନ କରିଛନ୍ତି। ଏଥିରେ ୩ଟି ଦିଗ ପ୍ରତି ଗୁରୁତ୍ୱ ଦିଆଯାଇଛି । ନୂଆ ଜ୍ଞାନକୌଶଳ ବ୍ୟବହାର କରି ଚାଷୀଙ୍କ ଉତ୍ପାଦନ ବଢାଇବା, ଅଣ ଧାନ ଫସଲ କରି ଚାଷୀଙ୍କ ଆୟ ବଢାଇବା ସହ ଚାଷୀର ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ଉପରେ ଗୁରୁତ୍ୱ ଦିଆଯାଇଛି ।
କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ରାଜ୍ୟର ୧୪ଟି ଜିଲ୍ଲାର ୭୦ଟି ବ୍ଲକରେ ମାଣ୍ଡିଆ ଚାଷକୁ ଗୁରୁତ୍ୱ ଦିଆଯାଇଛି । ପ୍ରଥମ ଥର ପାଇଁ ମାଣ୍ଡିଆ ମଣ୍ଡି କରାଯାଇଛି । ୨୦୦୨ରୁ ୨୦୦୩ରେ ଚାଷୀଙ୍କ ଆୟ ଯେତିକି ଥିଲା, ତାହା ୭ ଗୁଣ ବଢିଛି । କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!
ଦେଶରେ HMPV ଚିହ୍ନଟକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି,‘ଚୀନ୍ରୁ HMPV ଆସୁଥିବା ଖବରକୁ WHO ଏଯାବତ ସ୍ପଷ୍ଟ କରିନି। ଭାରତ ସରକାର ମଧ୍ୟ କୌଣସି ଆଡଭାଇଜରୀ ଜାରି କରି ନାହାନ୍ତି। ଯେ କୌଣସି ପ୍ରକାର ସ୍ୱାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ।
Crime
ରାତି ଅନ୍ଧାରରେ ପହାଡ଼ ଉପରେ ଚାଲିଥିଲା ଜୁଆ ଖେଳ; ତା’ପରେ...
ରବିବାର ବିଳମ୍ୱିତ ରାତିରେ କୁମୁଡ଼ା ପାହାଡରେ ଚାଲିଥିଲା ଜୁଆ ଖେଳ। ଜୁଆଡିମାନେ ଜୁଆ ଖେଳରେ ମାତିଥିଲେ। ଏ ସମ୍ପର୍କରେ ଟିଟିଲାଗଡ ଥାନା ଅଧିକାରୀ ବିଶ୍ୱଜିତ ମନବୋଧ ଖବର ପାଇଥିଲେ।
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।