ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର। ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲର ୫୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବଂ ୧୫ ଶହ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନକାରୀଙ୍କୁ ଏହି ପୁରସ୍କାର ଦିଆଯିବ। ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବରେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନା ମୁତାବକ, ଶିକ୍ଷାରେ ଉତ୍କର୍ଷ ପାଇଁ ୧୦୦ କୋଟି ଟଙ୍କାର ଏହି ପୁରସ୍କାର ଘୋଷଣା ହୋଇଛି। ଏଥିରେ […]

cm

cm

Niranjan Mishra
  • Published: Wednesday, 16 November 2022
  • Updated: 16 November 2022, 09:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର। ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲର ୫୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବଂ ୧୫ ଶହ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନକାରୀଙ୍କୁ ଏହି ପୁରସ୍କାର ଦିଆଯିବ। ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବରେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସୂଚନା ମୁତାବକ, ଶିକ୍ଷାରେ ଉତ୍କର୍ଷ ପାଇଁ ୧୦୦ କୋଟି ଟଙ୍କାର ଏହି ପୁରସ୍କାର ଘୋଷଣା ହୋଇଛି। ଏଥିରେ 5T ରୂପାନ୍ତରୀତ ସ୍କୁଲ ତଥା ଅନ୍ୟ ସ୍କୁଲ ପୁରସ୍କୃତ ହେବେ। ବ୍ଲକ, ଜିଲ୍ଲା ଓ ରାଜ୍ୟ ସ୍ତରରେ ବ୍ୟକ୍ତିଗତ ଏବଂ ଶିକ୍ଷାନୁଷ୍ଠାନକୁ ଏହି ପୁରସ୍କାର ପ୍ରଦାନ କରାଯିବ। ଦକ୍ଷତା, ନେତୃତ୍ୱ ଓ ମେଧା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କୁ ଚିହ୍ନଟ କରାଯାଇ ତିନିଟି କ୍ଷେତ୍ରରେ ପୁରସ୍କାର ଦିଆଯିବ। ଆର୍ଥିକ ଅନଗ୍ରସର ମେଧା ଛାତ୍ରଛାତ୍ରୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍କଲରସିପ ମଧ୍ୟ ଦିଆଯିବ। ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାର ଚଳିତ ଶିକ୍ଷାବର୍ଷରୁ ପ୍ରଦାନ କରାଯିବ। ଅନ୍ୟାନ୍ୟଙ୍କ ମଧ୍ୟରେ ପ୍ରଧାନ ଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ସରପଞ୍ଚ, ସ୍କୁଲ ପରିଚାଳନା କମିଟି, ପୁରାତନ ଛାତ୍ରଛାତ୍ରୀ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି। ଏଥିପାଇଁ ସ୍ୱତନ୍ତ୍ର ଭାବରେ ୧୧୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ।

ଭୁବନେଶ୍ୱର ୟୁନିଟ ୯ ବାଳକ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ତିନି ଦିନିଆ କାର୍ଯ୍ୟକ୍ରମର ଉଦଯାପନି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଘୋଷଣା କରିଥିଲେ। ସେହିପରି CHSE ଓ BSE ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଡିଜି ଲକରର ବ୍ୟବସ୍ଥା ମଧ୍ୟ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍‌ଧ ମଧ୍ୟ ହେବ। ଉତ୍ସବରେ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଏସ. ଅଶ୍ୱଥି, OSEPA ଷ୍ଟେଟ ପ୍ରୋଜେକ୍ଟ ଡ଼ାଇରେକ୍ଟର ଅନୁପମ ଶାହାଙ୍କ ସମେତ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗଦେଇଥିଲେ। ତେବେ ଦେଖିବାର କଥା ଛାତ୍ରଛାତ୍ରୀଙ୍କ ନିମନ୍ତେ ଏହା କେତେ ଫଳପ୍ରଦ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story