ପିଲାଙ୍କୁ ମିଳିବ ଅଟା, ଚଣା, ହଳଦୀ ଗୁଣ୍ଡ, ଡାଲଚିନ୍, ଚିନା ବାଦାମ ଓ ଗୁଡ଼

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋମଳମତି ପିଲାଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ। ଦିଆଯିବ ହାପିନେସ୍ କିଟ୍। ଏହି କିଟ୍‌ରେ ରହିବ ଅଟା, ଚଣା, ହଳଦୀ ଗୁଣ୍ଡ, ଡାଲଚିନ୍, ଚିନା ବାଦାମ ଓ ଗୁଡ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ । ଏହାସହ ପେନ୍, ପେନ୍ସିଲ୍, ନୋଟ୍ ପ୍ୟାଡ୍, ସାନିଟାରୀ ନାପକିନ୍, ଟୁଥ୍ ପେଷ୍ଟ, ଆୟୋଡିନ ଲୁଣ ଓ ସାବୁନ ବି ରହିବ । ଉଦ୍ଦେଶ୍ୟ କରୋନା କାଳରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉନି। ଏହାବଦଳରେ ଅଭିଭାବକଙ୍କ ଆକାଉଣ୍ଟକୁ ଯାଉଛି ଏବାବଦକୁ […]

school,,000

Tapas Behera
  • Published: Sunday, 31 January 2021
  • , Updated: 31 January 2021, 07:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋମଳମତି ପିଲାଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ। ଦିଆଯିବ ହାପିନେସ୍ କିଟ୍। ଏହି କିଟ୍‌ରେ ରହିବ ଅଟା, ଚଣା, ହଳଦୀ ଗୁଣ୍ଡ, ଡାଲଚିନ୍, ଚିନା ବାଦାମ ଓ ଗୁଡ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ । ଏହାସହ ପେନ୍, ପେନ୍ସିଲ୍, ନୋଟ୍ ପ୍ୟାଡ୍, ସାନିଟାରୀ ନାପକିନ୍, ଟୁଥ୍ ପେଷ୍ଟ, ଆୟୋଡିନ ଲୁଣ ଓ ସାବୁନ ବି ରହିବ । ଉଦ୍ଦେଶ୍ୟ କରୋନା କାଳରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉନି। ଏହାବଦଳରେ ଅଭିଭାବକଙ୍କ ଆକାଉଣ୍ଟକୁ ଯାଉଛି ଏବାବଦକୁ ଅର୍ଥ । ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ୍ ଖୋଲିବା ପୂର୍ବରୁ ପିଲାଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ପଦକ୍ଷେପ ନିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ମଧ୍ୟାହ୍ନ ଭୋଜନ ଯୋଗାଉଥିବା ଅକ୍ଷୟ ପାତ୍ର ଫାଉଣ୍ଡେସନ୍ ଜରିଆରେ ନୟାଗଡ଼, ପୁରୀ, କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ର ୧୯୧୬ ସ୍କୁଲରୁ ଏକ ଲକ୍ଷ ୮୩ ହଜାର ଛାତ୍ରଛାତ୍ରୀଙ୍କୁ ହାପିନେସ୍ କିଟ୍ ଦିଆଯିବ । ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ସବୁ ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଯୋଗାଣକାରୀ ସଂସ୍ଥା ମାଧ୍ୟମରେ ହାପିନେସ୍ କିଟ୍ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରୀ କହିଛନ୍ତି।

ରାଜ୍ୟରେ ୬୦ ହଜାର ପ୍ରାଥମିକ ସ୍କୁଲରେ ପଢୁଛନ୍ତି ପ୍ରାୟ ୩୦ ଲକ୍ଷ ଛାତ୍ରଛାତ୍ରୀ । କରୋନା ପାଇଁ ଶିକ୍ଷା ବର୍ଷ ପ୍ରଭାବିତ ହୋଇଛି । ପିଲାଏ ସ୍କୁଲ୍ ମାଡି ନଥିବାବେଳେ ମଧ୍ୟାହ୍ନ ଭୋଜନ ବି ବନ୍ଦ ଅଛି । ତେବେ ମଧ୍ୟାହ୍ନ ଭୋଜନ ବାବଦକୁ ଅର୍ଥ ଅଭିଭାବକଙ୍କ ଆକାଉଣ୍ଟକୁ ଯାଉଥିଲେ ସୁଦ୍ଧା ପଛୁଆ ଅଞ୍ଚଳରେ ପିଲାଙ୍କୁ ପୁଷ୍ଟିକର ଖାଦ୍ୟ କେତେ ମିଳୁଛି ତାକୁ ନେଇ ଉଠିଛି ପ୍ରଶ୍ନ । ହାପିନେସ୍ କିଟ୍ ସ୍କୁଲ୍ ଖୋଲିବା ପୂର୍ବରୁ ସମସ୍ତଙ୍କ ପାଖରେ ପହଞ୍ଚିଲେ ପିଲାମାନେ ଉପକୃତ ହେବେ ବୋଲି ଅଭିଭାବକ ମତ ପ୍ରକାଶ କରିଛନ୍ତି।

ଫେବ୍ରୁଆରୀ ପ୍ରଥମ ସପ୍ତାହରେ ଏହି ହାପିନେସ୍ କିଟ୍ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ । ତେବେ ଏହା ସବୁ ଛାତ୍ରଛାତ୍ରୀଙ୍କ ପାଖରେ କେତେ ଶୀଘ୍ର ପହଞ୍ଚୁଛି ତାଉପରେ ରହିଛି ନଜର।

Related story