ଖୋର୍ଦ୍ଧା(ବଳରାମ ଲେଙ୍କା): ସାମୁଦ୍ରିକ ଝଡ଼ ‘ଫୋନି’ ଓଡ଼ିଶା ମୁହାଁ ହୋଇଛି। ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏଥିପାଇଁ ରାଜ୍ୟରେ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି। ଡାକବାଜି ଯନ୍ତ୍ର ଦ୍ୱାରା ସୁରକ୍ଷିତ ଏବଂ ଉଚ୍ଚ ସ୍ଥାନକୁ ଚାଲିଯିବା ପାଇଁ ସତର୍କ କରାଯାଉଛି ।
‘ଫୋନି’ ପାଇଁ ୧ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ଚିଲିକାରେ ବୋଟ୍ ଚାଲିବନି। ପ୍ରଶାସନର ନିର୍ଦ୍ଦେଶ ପରେ କାଳିଜାଇ ମୋଟର ବୋଟ୍ ଆସୋସିଏସନ ପକ୍ଷରୁ ନୋଟିସ ଜାରି କରାଯାଇଛି। ଚିଲିକା ମଧ୍ୟକୁ କୌଣସି ମାଛମରା ଡଙ୍ଗା ନେବାକୁ ମଧ୍ୟ ବାରଣ କରାଯାଇଛି।
ଏଥିସହ ପର୍ଯ୍ୟଟକ ଯେଭଳି ଭିତରକୁ ନ ଯିବେ ସେନେଇ ସଂଘ ନୋଟିସ୍ ଜାରି କରିଛି। ୧ ତାରିଖ ସକାଳ ସୁଦ୍ଧା ସମସ୍ତ ଡଙ୍ଗା ଓ ବୋଟ୍ ଚିଲିକା ଭିତରୁ ଉଠିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।