ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିଟ୍ଫଣ୍ଡ ତଦନ୍ତର ଟର୍ମସ୍ ଅଫ୍ ରେଫରେନ୍ସରେ ସଂଶୋଧନ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଚିଟ୍ଫଣ୍ଡ ଘଟଣାର ତଦନ୍ତ ପାଇଁ ଜଣିକିଆ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରାଯାଇଥିବା ଟର୍ମସ ଅଫ ରେଫରେନ୍ସରେ ସରକାର ସଂଶୋଧନ କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ନୂଆ ସଂଶୋଧିତ ଟର୍ମସ ଅଫ ରେଫରେନ୍ସରୁ ସ୍ପଷ୍ଟ ହୋଇଛି, ଏବେ କମିଶନ କେବଳ କ୍ଷୁଦ୍ର ଜମାକାରୀଙ୍କ ପ୍ରସଙ୍ଗରେ ତଦନ୍ତ କରିବେ । ପୂର୍ବରୁ ପ୍ରକୃତ ଜମାକାରୀଙ୍କୁ ଚିହ୍ନଟ କରାଯିବ ବୋଲି ଟର୍ମସ ଅଫ ରେଫରେନ୍ସରେ ଉଲ୍ଲେଖ ରହିଥିଲା। ହେଲେ ଏବେ ସଂଶୋଧିତ ବିଜ୍ଞପ୍ତିରେ ଜମାକାରୀ ବଦଳରେ କ୍ଷୁଦ୍ର ଜମାକାରୀ ବୋଲି ଉଲ୍ଲେଖ ରହିଛି ।
ଚିଟ୍ଫଣ୍ଡ ମାମଲାରେ ଏବେ ତଦନ୍ତ କରୁଛନ୍ତି ଜଷ୍ଟିସ ମଦନ ମୋହନ ଦାସ । ତେବେ ସଂଶୋଧନ ନିୟମ ପରେ ବୃହତ୍ତ ଜମାକାରୀଙ୍କ ଚିହ୍ନଟ କରାଯିବ କି ନାହିଁ ଏବଂ ଏପର୍ଯ୍ୟନ୍ତ ବୃହତ୍ତ ଜମାକାରୀଙ୍କ ପ୍ରସଙ୍ଗରେ ହୋଇଥିବା ତଦନ୍ତକୁ ନେଇ କି ପଦକ୍ଷେପ ଗ୍ରହଣ କରାଯାଉଛି, ତାକୁ ନେଇ ପ୍ରଶ୍ନ ଉଠିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ନିଷ୍ପତ୍ତି: ଭିଜିଲାନ୍ସରେ ୪୮ନୂଆ ପଦବୀ, ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି, ୨୪ଟି ଡିଏସପି ଓ ୧୬ଟି ପୁଲିସ ସବଇନ୍ସପେକ୍ଟର ପଦବୀ ସୃଷ୍ଟି କରାଯାଇଛି ।
Miscellaneous
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଝଲସିବ ହୀରାକୁଦ, ସାତକୋଶିଆ ଓ ବୌଦ୍ଧ ସର୍କିଟ
ରାଜ୍ୟ ପର୍ଯ୍ୟଟନ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ଅଧିକ ପର୍ଯ୍ୟଟନସ୍ଥଳୀକୁ ବିଶ୍ୱର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ କରିବା ପାଇଁ ପଦକ୍ଷେପ ନେବାକୁ ମୋହନ ମାଝୀ ସରକାର ନିଷ୍ପତ୍ତି ନେଇଛନ୍ତି ।
Jobs
ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହ ବୈଠକ: ସରକାରଙ୍କ ଟାର୍ଗେଟ୍ ୫ ବର୍ଷରେ ଦେଢ଼ଲକ୍ଷ ପଦବୀ ପୂରଣ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗଗୁଡ଼ିକ ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ ପାଇଁ ପରାମର୍ଶ ଦେଇଛନ୍ତି।
Miscellaneous
୧୫ ସୁଦ୍ଧା ସରିବ ରାସନକାର୍ଡ ଇ-କେୱାଇସି ଯାଂଚ: ରାଜ୍ୟ ବାହାରକୁ ଯାଉଛନ୍ତି ସରକାରୀ କର୍ମଚାରୀ
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାସନକାର୍ଡ ଇ-କେୱାଇସି ଯାଂଚ ପ୍ରକ୍ରିୟା ୮୫ ପ୍ରତିଶତ ଶେଷ ହୋଇସାରିଲାଣି । ଏପର୍ଯ୍ୟନ୍ତ ଆଉ ପ୍ରାୟ ୫୦ଲକ୍ଷ ବ୍ୟକ୍ତିଙ୍କ ଇ-କେୱାଇସି ଯାଂଚ ବାକି ରହିଛି ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ