ଆଜି ଚିତାଲାଗି ଅମାବାସ୍ୟା

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ଶ୍ରାବଣ ଅମାବାସ୍ୟା । ଏହି ତିଥିରେ ଶ୍ରୀମନ୍ଦିରରେ ଚିତା ଲାଗି ଅନୁଷ୍ଠିତ ହୋଇଥାଏ । ଏହି ଦିନ ମହାପ୍ରଭୁଙ୍କୁ ସ୍ୱର୍ଣ୍ଣଚିତା ଲାଗି ହୋଇଥାଏ । ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ । ତାକୁ ପୁଣି ଥରେ ଚିତାଲାଗି ଅମାବାସ୍ୟାରେ ଲାଗି କରାଯାଏ। ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନ ସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟ ଶେଯ ଘରକୁ ବିଜେ […]

Jagannath-Temple-Puri

Niharika Rout
  • Published: Monday, 20 July 2020
  • , Updated: 20 July 2020, 07:38 AM IST

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ଶ୍ରାବଣ ଅମାବାସ୍ୟା । ଏହି ତିଥିରେ ଶ୍ରୀମନ୍ଦିରରେ ଚିତା ଲାଗି ଅନୁଷ୍ଠିତ ହୋଇଥାଏ । ଏହି ଦିନ ମହାପ୍ରଭୁଙ୍କୁ ସ୍ୱର୍ଣ୍ଣଚିତା ଲାଗି ହୋଇଥାଏ । ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ । ତାକୁ ପୁଣି ଥରେ ଚିତାଲାଗି ଅମାବାସ୍ୟାରେ ଲାଗି କରାଯାଏ।

ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନ ସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟ ଶେଯ ଘରକୁ ବିଜେ କରିଥାନ୍ତି । ଏହା ପରେ ଶ୍ରୀଜିଉଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ପରେ ପତି ମହାପାତ୍ର, ବାଡ଼ଗ୍ରାହୀ ଦଇତାମାନେ ରତ୍ନ ସିଂହାସନାଧିଷ୍ଠିତ ଶ୍ରୀଜିଉଙ୍କର ଚିତା ଲାଗି କାର୍ଯ୍ୟ କରିଥାନ୍ତି ।

ଶ୍ରୀଜିଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅରେ ପାଟ ଡୋର ସାହାଯ୍ୟରେ ତିନିଟି ସ୍ୱର୍ଣ୍ଣ ଚିତାକୁ ଦୃଢ଼ ଭାବରେ ବନ୍ଧା ଯାଇଥାଏ  । ଶ୍ରୀବଳଭଦ୍ରଙ୍କ ଚିତା ମଝିରେ ଏକ ବଡ଼ ମର୍କତ ପଥର ରହିଛି। ଏହାର ଚାରି ପଟେ ପାଞ୍ଚଟି ବେଢରେ ଲାଗିଛି ମାଣିକ, ହୀରା, ମର୍କତ ଓ ନୀଳ ପଥର । ସେହିପରି ଶ୍ରୀଜଗନ୍ନାଥଙ୍କ ସ୍ୱର୍ଣ୍ଣଚିତା ମଝିରେ ରହିଛି ହୀରା । ଚିତାର ୭ଟି ବେଢ଼ରେ ମାଣିକ, ହୀରା, ପାନ୍ନା ଖଞ୍ଜା ହୋଇଛି। ସପ୍ତମ ବେଢ଼ର ଶୀର୍ଷରେ ପାନପତ୍ର ଆକୃତିର ଏକ ହୀରା ରହିଛି । ତାକୁ କୁହାଯାଏ ବ୍ରହ୍ମଜ୍ୟୋତି ହୀରା । ଦେବୀ ସୁଭଦ୍ରାଙ୍କ ଚିତା ମଝିରେ ଏକ ବଡ଼ ମାଣିକ ପଥର ରହିଛି।

Related story