ଭୁବନେଶ୍ୱର:ସଂଧ୍ୟାରେ ମୁଖ୍ୟମନ୍ତ୍ରୀ, ଖଣି ଓ ଇସ୍ପାତ ବିଭାଗର ସମୀକ୍ଷା କରିଛନ୍ତି। ଖଣି ଅଞ୍ଚଳର ବିକାଶ ପାଇଁ ତୁରନ୍ତ ମିନେରାଲ୍ ଡେଭେଲପମେଣ୍ଟ ଟ୍ରଷ୍ଟ ଗଠନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବନ୍ଦ ପଡ଼ିଥିବା ୨୯ଟି ଖଣିର ସପ୍ଲିମେଣ୍ଟାରୀ ଲିଜ୍ ଡିଡ୍ ୩ ମାସ ଭିତରେ ସାରିବାକୁ ସେ କହିଛନ୍ତି। ଚଳିତ ଆର୍ଥିକ ବର୍ଷରେ ୭୫ ମିଲିୟନ୍ ଟନ୍ ଆଇରନ୍ ଓର୍ ଉତ୍ପାଦନ ପାଇଁ ପଦକ୍ଷେପ ନେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିରୁ ରାଜ୍ୟ ସରକାର ୬ ହଜାର ୬୦୦ କୋଟି ଟଙ୍କ। ରାଜସ୍ୱ ପାଇବେ। ସମୀକ୍ଷା ପରେ ଏ ନେଇ ସୂଚନା ଦେଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।