୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ। ସେହି ଦିନ ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସୂଚନା ଅନୁସାରେ, www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବସାଇଟ୍‌ ମାଧ୍ୟମରେ ପରୀକ୍ଷାଫଳ ଦେଖିପାରିବେ। ଯୁକ୍ତ ଦୁଇ କଳା ସହ ୮ ତାରିଖରେ […]

student

student

Tapaswini Nayak
  • Published: Saturday, 06 August 2022
  • Updated: 06 August 2022, 05:51 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ। ସେହି ଦିନ ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସୂଚନା ଅନୁସାରେ, www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବସାଇଟ୍‌ ମାଧ୍ୟମରେ ପରୀକ୍ଷାଫଳ ଦେଖିପାରିବେ। ଯୁକ୍ତ ଦୁଇ କଳା ସହ ୮ ତାରିଖରେ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ।

ସୂଚନାଯୋଗ୍ୟ, ଜୁଲାଇ ୨୭ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଥିଲେ। ବିଜ୍ଞାନରେ ପାସ୍‌ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍‌ ହାର ୮୯ ପ୍ରତିଶତ ରହିଥିଲା। ଚଳିତ ବର୍ଷ ୭୨,୧୦୬ ଜଣ ବିଜ୍ଞାନରେ ପାସ୍‌ କରିଥିବା ବେଳେ ୨୧,୧୬୫ ଜଣ ବାଣିଜ୍ୟରେ ପାସ୍‌ କରିଥିଲେ ।

ଚଳିତ ବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ । କଳାରେ ୨ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୭୮ ହଜାର ୭୭ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ  ପରୀକ୍ଷା ଦେଇଥିଲେ। ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ ପରୀକ୍ଷା ପରେ ଏଥର ଅଫଲାଇନ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos