Advertisment

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ। ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି। ଏକ୍ସପର୍ଟ କମିଟି ଦେଇଥିବା ଭିତ୍ତି ଅନୁଯାୟୀ, ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ୍‌ ଭିତ୍ତିରେ ହେବ। ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେ ହେବ। ପୂର୍ବଥର +୨ ପରୀକ୍ଷା ଦେଇଥିଲେ ପାସ୍ କରିଥିବା ବିଷୟ ଭିତ୍ତିରେ ମାର୍କିଂ ହେବ। […]

author-image
Manoranjan Sial
ଅଦ୍ୟତନ ହୋଇଛି
ପ୍ରକାଶ ପାଇଲା CBSE ଦଶମ ପରୀକ୍ଷା ଫଳ

students

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ। ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି। ଏକ୍ସପର୍ଟ କମିଟି ଦେଇଥିବା ଭିତ୍ତି ଅନୁଯାୟୀ, ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ୍‌ ଭିତ୍ତିରେ ହେବ।

Advertisment

ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେ ହେବ। ପୂର୍ବଥର +୨ ପରୀକ୍ଷା ଦେଇଥିଲେ ପାସ୍ କରିଥିବା ବିଷୟ ଭିତ୍ତିରେ ମାର୍କିଂ ହେବ। ଏହାସହ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନ ବେଳେ ପ୍ରାକ୍ଟିକାଲ୍ ବା ପ୍ରୋଜେକ୍ଟକୁ ମଧ୍ୟ ହିସାବକୁ ନିଆଯିବ। ହାଇସ୍କୁଲ ସ୍ତରରେ ଯଦି କୌଣସି ପ୍ରାକ୍ଟିକାଲ ମାର୍କ ଥାଏ, ତାହାକୁ ମଧ୍ୟ ଗୁରୁତ୍ୱ ଦିଆଯିବ। ତେବେ ରେଜଲ୍ଟ ବାହାରିବା ପରେ ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନହେବେ, ସେମାନେ ପରେ ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ୱାଭାବିକ ହେଲା ପରେ ସେମାନେ ଅଫଲାଇନରେ ପରୀକ୍ଷା ଦେଇପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ସ୍ଥିତିକୁ ଦେଇ ସିବିଏସ୍‌ଇ ଓ ସିଆଇଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ହୋଇଛି। ଏହାକୁ ଦେଖି ରାଜ୍ୟ ସରକାର ଦଶମ ବୋର୍ଡ ଓ ଯୁକ୍ତ ୨ପରୀକ୍ଷା ବାତିଲ କରିଥିଲେ। ମାତ୍ର କେଉଁ ଆଧାରରେ ପରୀକ୍ଷା ଫଳାଫଳ ପ୍ରକାଶ କରିବେ, ସେହି ଚିନ୍ତାରେ ପଡ଼ି ଯାଇଥିଲେ ରାଜ୍ୟ ସରକାର। ତେବେ ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନ ନେଇ ବିଶେଷଜ୍ଞ କମିଟି ଗଠନ ହୋଇଥିଲା। ମାର୍କିଂକୁ ନେଇ କମିଟିର ବୈଠକ ଘନ ଘନ ବସିଥିଲା। ମାତ୍ର କୌଣସି ନିଷ୍ପର୍ସରେ ପହଞ୍ଚି ପାରିନଥିଲା କମିଟି। ଗୁରୁବାର ବିଶେଷଜ୍ଞ କମିଟିର ତୃତୀୟ ବୈଠକ ବସିଥିଲା।

Advertisment
Odisha +2 Result