ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ମୁକୁନ୍ଦପୁରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂପର୍କୀୟ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ସୂର୍ଯ୍ୟକାନ୍ତ ସାହୁ, ବସନ୍ତ ପାତ୍ର ଓ ଅଜିତ ସାହୁ। ସୂର୍ଯ୍ୟଙ୍କ ଅବସ୍ଥା ଗୁରୁତର ଅଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବସନ୍ତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ଅଜିତ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି।
ସୂଚନା ଅନୁସାରେ ଗତକାଲି ରାତି ପ୍ରାୟ ୧୧ଟା ୩୦ମିନିଟରେ ମକୁନ୍ଦପୁର ଗାଁର ସୂର୍ଯ୍ୟକାନ୍ତ ଓ ତାଙ୍କ ବନ୍ଧୁ ବସନ୍ତ ଗାଁର ଏକ ମନ୍ଦିର ନିକଟରେ ଠିଆ ହୋଇଥିଲେ। ଏହି ସମୟରେ ସୂର୍ଯ୍ୟକାନ୍ତଙ୍କ ସଂପର୍କୀୟ ଭାଇ ଅଜିତ ନିଜ ବୁଲେଟରେ ଆସି ସେଠାରେ ପହଞ୍ଚି ଥିଲେ। ପରେ ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଅଜିତ ଏକ ଧାରୁଆ ଅସ୍ତ୍ରରେ ସୂର୍ଯ୍ୟକାନ୍ତକୁ ଆକ୍ରମଣ କରିଥିଲେ। ବସନ୍ତ ତାକୁ ଅଟକାଇବା ବେଳେ ଅଜିତ ମଧ୍ୟ ତାକୁ ଆକ୍ରମଣ କରିଥିଲା । ଏହି ଘଟଣାରେ ପୁଲିସ୍ ଅଜିତଙ୍କୁ ଗିରଫ କରିଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।