ପାରାଦୀପ(ଓଡ଼ିଶା ରିପୋର୍ଟର)ପାରାଦୀପ କୁଜଙ୍ଗ ଥାନା ସାହାରାଡିଆ ଗ୍ରାମରେ ମାରପିଟ୍ ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଥିରେ ଜଣେ ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଶତାଧିକ ଗ୍ରାମବାସୀ କୁଜଙ୍ଗ ଥାନାରେ ପହଞ୍ଚିଥିଲେ।
ପୁଲିସ ଜଣକୁ ଅଟକ ରଖି ପଚରାଉଚରା କରିବା ସହ ପରିସ୍ଥିତି ଉପରେ ନଜର ରଖିଛି । ଗାଁରେ ଡ୍ରାମା ଚାଲିଥିବା ବେଳେ ଜଣେ ଡ୍ରାମା କଳାକାର ଉନ୍ମତ୍ତ କାଣ୍ଡ ଭିଆଇଥିଲେ । ଷ୍ଟେଜରେ ଭଙ୍ଗାରୁଜା କରିବା ସହ ଗଣ୍ଡଗୋଳ କରି ଚାଲିଯାଇଥିଲେ।
ଡ୍ରାମା ଆୟୋଜକ ତଥା ଗ୍ରାମବାସୀ ଏ ସମ୍ପର୍କରେ ପଚରାଉଚରା କରିବାକୁ ସମ୍ପୃକ୍ତ ଯୁବକଙ୍କ ଘର ପାଖରେ ପହଞ୍ଚିବା କ୍ଷଣି ଯୁବକର ପରିବାର ଗ୍ରାମବାସୀଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଆକ୍ରମଣରେ ନାଏବ ସରପଞ୍ଚ ନରେଶ ପ୍ରଧାନଙ୍କ ମୁଣ୍ଡ ଓ ଛାତିରେ ଆଘାତ ଲାଗିଥିବାରୁ କଟକ ପଠାଯାଇଛି। ରାଜନୈତିକ ବିବାଦରୁ ଏହି ଗଣ୍ଡଗୋଳ ଘଟିଥିବା ଚର୍ଚ୍ଚା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।