କରଞ୍ଜିଆ (ସତ୍ୟବ୍ରତ ବେହେରା): ପୋଖରୀକୁ ଲୁଗାପଟା ସଫା କରିବାକୁ ଯାଇଥିବା ବେଳେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ସାପ କାମୁଡ଼ି ଦେଇଛି। ଏ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଯଶୀପୁର ବ୍ଲକ୍ ରାମସାହି ଆଶ୍ରମ ସ୍କୁଲରେ।
ଅବସ୍ଥା ଗୁରୁତର ଥିବା ଏହି ଛାତ୍ରଙ୍କ ନାଁ ବିଶ୍ୱନାଥ କେରାଇ। ତାଙ୍କ ଘର ଚାଡ଼ିରିପାହାଡ଼ି ଗାଁରେ।
ବିଶ୍ୱନାଥଙ୍କୁ ସାପକାମୁଡ଼ିଥିବା ନେଇ ଜଣାପଡ଼ିବା ପରେ ସଙ୍ଗେ ସଙ୍ଗେ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ଯଶୀପୁର ଡାକ୍ତରଖାନା ନେଇ ଯାଇଥିଲେ। ତେବେ ଅବସ୍ଥାର ଗୁରୁତର ହେବାରୁ ତାଙ୍କୁ କରଞ୍ଜିଆ ଡାକ୍ତରଖାନାର ଶିଶୁ ବିଭାଗରେ ଭର୍ତ୍ତି କରାଯାଇଛି।
ଗତ ଦୁଇ ଦିନ ହେବ ଲଗାତାର ବିଜୁଳି କାଟ ହୋଇଥିବାରୁ ରାମସାହି ଆଶ୍ରମ ସ୍କୁଲରେ ପାଣିର ଅଭାବ ଦେଖାଦେଇଛି। ସ୍କୁଲରେ ଥିବା ୪୨୫ ପିଲା ଏବେ ନିକଟରେ ଥିବା ପୋଖରୀକୁ ଯାଇ ନିତ୍ୟକର୍ମ କରୁଥିବା ବେଳେ ଏହି ଅଘଟଣ ଘଟିଥିବା ସ୍କୁଲ ଶିକ୍ଷକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।