କେନ୍ଦ୍ରାପଡ଼ା( ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା-ଦାନପୁର ରାସ୍ତାର ଝିଙ୍କଡି ହାଟବାଣପୁର ଛକରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହାଇୱା ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ଜଣଙ୍କ ହେଲେ ଲକ୍ଷ୍ମୀପ୍ରିୟା ଲେଙ୍କା। ସେ ନବମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାର ବସ୍ପୁରରେ।
ଆଜି ସକାଳେ ଲକ୍ଷ୍ମୀପ୍ରିୟା ସାଇକେଲରେ ଟିଉସନରୁ ଫେରୁଥିବା ବେଳେ ହାଇୱାଟି ତାଙ୍କ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଭଙ୍ଗାରୁଜା କରିବା ସହ ଡ୍ରାଇଭରକୁ ମାଡ଼ ମାରିଥିଲେ। ପରେ ଡ୍ରାଇଭରକୁ ପୁଲିସ ଜିମାରେ ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।
ମୃତ ଛାତ୍ରୀଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି ଓ ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଟାଙ୍ଗୀ ରେଞ୍ଜରେ ହାତୀ ଆତଙ୍କ; ଲୋକେ ଭୟଭୀତ
୩୦ ଟିକିଆ ହାତୀପଲ ଆଜି (ବୁଧବାର) ସକାଳେ ଟାଙ୍ଗୀ ବ୍ଲକ୍ ଅଚ୍ୟୁତପୁର ରାସ୍ତା ପାର ହୋଇ ନିକଟସ୍ଥ ଜଙ୍ଗଲ ଭିତରକୁ ଯାଇଛନ୍ତି। ହାତୀପଲଙ୍କ ଉପରେ ନଜର ରଖି ଅନ୍ୟ ଜଙ୍ଗଲ ଆଡ଼କୁ ଘଉଡାଇ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
Crime
କାର୍ ଡିଲରସିପ୍ କରାଇଦେବାକୁ କହି ୪୦ ଲକ୍ଷ ଟଙ୍କା ନେଇଗଲେ
କଟକ ସିଡିଏ ସେକ୍ଟର ୯ ଅଞ୍ଚଳର ଜଣେ ବ୍ୟବସାୟୀ ‘କିଆ’ କମ୍ପାନୀର କାର ଡିଲରସିପ୍ ସମ୍ବଲପୁର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ଗୁଗଲ୍ରେ ସର୍ଚ୍ଚକରି ଗୋଟିଏ ଟେଲିଫୋନ୍ ନମ୍ୱର ପାଇଥିଲେ।
Miscellaneous
ଦୁଇ ମାସରେ ସରିବ ଆବାସ ସର୍ଭେ
ମନ୍ତ୍ରୀ ଶ୍ରୀ ନାଏକ ବିଭାଗୀୟ ଟ୍ରେନରମାନେ ଗାଁ ଗାଁରେ ଲୋକଙ୍କୁ ଡାକି ସଚେତନ କରୁଛନ୍ତି। ଯିଏ ବଞ୍ଚିତ ହୋଇଛନ୍ତି, ଗରିବ ଅଛନ୍ତି, ସେମାନଙ୍କୁ ସାମିଲ କରାଯାଉଛି। ପୂର୍ବ ସରକାରରେ ଆକ୍ରୋଶ ମୂଳକ ଭାବେ ରାଜନୈତିକ ଅଭିସନ୍ଧି ରଖି ଗରିବମାନଙ୍କୁ ଆବାସ ତାଲିକାରୁ କାଟି ଦିଆଯାଉଥିଲା।
Weather
୨୧ ତାରିଖ ଯାଏଁ ବର୍ଷା! ଚିନ୍ତାରେ ଚାଷୀ
ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେପଟେ ବର୍ଷା ହେଲେ ଏକର ଏକର ଫସଲର ଧାନ ନଷ୍ଟ ହେବା ଆଶଙ୍କାରେ ଚାଷୀ।
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।