ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବରୁ ଦଶମ ଓ ଦ୍ୱାଦଶ କ୍ଲାସ୍ ଖୋଲିଥିଲା। ଏବେ ଖୋଲିବ ୯ମ ଶ୍ରେଣୀ। ଅଗଷ୍ଟ ୧୬ ତାରିଖରୁ ଆରମ୍ଭ ହେବ ୯ମ ଶ୍ରେଣୀ କ୍ଲାସ। ସକାଳ ୯ଟାରୁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ କ୍ଲାସ। କୋଭିଡ୍ କଟକଣା ମଧ୍ୟରେ କ୍ଲାସ କରିବାକୁ ଗଣଶିକ୍ଷା ସଚିବଙ୍କ ଚିଠି ଲେଖିଛନ୍ତି।
ରବିବାର ଓ ସାଧାରଣ ଛୁଟି ଦିବସରେ ହେବନି କ୍ଲାସ। ଅଭିଭାବକ ଚାହିଁଲେ ପିଲାମାନେ ଅନ୍ଲାଇନ୍ କ୍ଲାସ୍ କରିପାରିବେ। ନବମ କ୍ଲାସ ଆରମ୍ଭ ସହ ଛାତ୍ରାବାସ ମଧ୍ୟ ଖୋଲିବ। ସଂପୂର୍ଣ୍ଣ କୋଭିଡ ଗାଇଡ୍ଲାଇନ ମଧ୍ୟରେ କ୍ଲାସ ଚାଲିବ ବୋଲି ଚିଠିରେ ଉଲ୍ଲେଖ ରହିଛି।
ସେପଟେ ଜୁଲାଇ ୨୬ ତାରିଖଠାରୁ ଖୋଲିଛି ଦଶମ ଓ ଦ୍ୱାଦଶ ଶ୍ରେଣୀ। ପିଲାମାନେ କୋଭିଡ୍ଲାଇନ୍ ଭିତରେ କ୍ଲାସ୍ କରୁଛନ୍ତି। ତେବେ ସ୍କୁଲ ଆସିବା ପିଲାମାନଙ୍କର ଇଚ୍ଛାଧୀନ ରହିଛି। ଅଭିଭାବକମାନଙ୍କ ସହ ଆଲୋଚନା କରି ସ୍କୁଲକୁ ଆସୁଛନ୍ତି ଛାତ୍ରଛାତ୍ରୀ।
ମହାମାରୀ କରୋନା ପାଇଁ ସମଗ୍ର ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଦୀର୍ଘ ଦେଢ଼ ବର୍ଷ ପରେ ଧୀରେ ଧୀରେ ଗୋଟିଏ ଲେଖାଏଁ ଶିକ୍ଷାନୁଷ୍ଠାନ ଖୋଲୁଛନ୍ତି ସରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।