ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଶିକ୍ଷା ଜିଲ୍ଲା ଅଧିନରେ ଥିବା ବିଇଓ ଅଫିସରେ କାର୍ଯ୍ୟରତ ବରିଷ୍ଠ କିରାଣୀଙ୍କ ଜାଲିଆତି ଘଟଣା ସାମନାକୁ ଆସିବା ପରେ ଚେତିଛନ୍ତି ରାଜ୍ୟ ସରକାର । ଏଣିକି ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ । ଖୋଦ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା କହିଛନ୍ତି । ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷାବର୍ଷ ଆରମ୍ଭରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି ।
ବଲାଙ୍ଗିର ବିଇଓ ଅଫିସରେ କାର୍ଯ୍ୟରତ ବରିଷ୍ଠ କିରାଣି ପ୍ରମୋଦ ରଥ ଜାଲ୍ କାଗଜପତ୍ର ପ୍ରସ୍ତୁତ କରି ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରିଥିଲେ । ଏନେଇ ଗତକାଲି ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଗଣଶିକ୍ଷା ମନ୍ତ୍ରୀ ଏହି ନିଷ୍ପତ୍ତି ସଂପର୍କରେ ଜଣାଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।