ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): “ଲୋକମାନେ ଆମର ପ୍ରଭୁ, ସେମାନେ ହିଁ ଶାସନର କେନ୍ଦ୍ରବିନ୍ଦୁ। ସାଧାରଣ ଲୋକଙ୍କ ଇଚ୍ଛା, ବିଶ୍ୱାସକୁ ଚରିତାର୍ଥ କରିବା ଆମର ପ୍ରମୁଖ କର୍ତ୍ତବ୍ୟ” । ଭୁବନେଶ୍ୱରରେ ଲୋକସେବା ଭବନ ପରିସରରେ ଆୟୋଜିତ ସମ୍ମିଳନୀରେ ଏପରି ଭାବେ ବରିଷ୍ଠ ଅଧିକାରୀମାନଙ୍କୁ ମାର୍ଗଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି, “ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ନେଇ ମୋର ଗୋଟିଏ ପରିବାର ଅଛି । ସେମାନଙ୍କ ଆଶୀର୍ବାଦରେ ମୁଁ ଗତ ୨୦ ବର୍ଷ ହେଲା ସେମାନଙ୍କ ସେବା କରୁଛି । ତେଣୁ ସେମାନଙ୍କୁ ସର୍ବଶ୍ରେଷ୍ଠ ସେବା ପ୍ରଦାନ କରିବା ଆମର ପ୍ରମୁଖ କର୍ତ୍ତବ୍ୟ।”
ଲୋକମାନେ ଗଣତନ୍ତ୍ରର ମୂଳାଧାର ହୋଇଥିବାରୁ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ମର୍ଯ୍ୟାଦା ଦେବାକୁ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ସେ ଉପସ୍ଥିତ ମନ୍ତ୍ରୀ ଓ ଅଫିସରଙ୍କୁ ଶପଥ ପାଠ କରାଇଥିଲେ। ଭୁବନେଶ୍ୱରର ଲୋକସେବା ଭବନ ପରିସରରେ ବରିଷ୍ଠ ଅଧିକାରୀଙ୍କ ଦୁଇ ଦିନିଆ ସମ୍ମିଳନୀ ଆୟୋଜିତ ହେଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭାରତରେ ପଶିଲା ଚୀନ୍ ଭାଇରସ୍, ଗୋଟିଏ ଦିନରେ ୩ HMPV ମାମଲା ଚିହ୍ନଟ
ଏହି ଭାଇରସ୍ ଶିଶୁଙ୍କୁ ଅଧିକ ପରିମାଣରେ ଆକ୍ରାନ୍ତ କରୁଛି। ଆଜି ଗୋଟିଏ ଦିନରେ ବେଙ୍ଗାଲୁରୁରେ ୨ ଶିଶୁ ଏବଂ ଅହମ୍ମଦାବାଦରେ ଜଣେ ୨ ମାସର ଶିଶୁ HMPV ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
Crime
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ
୨୦୧୮ରେ ଘଟିଥିଲା ବହୁଚର୍ଚ୍ଚିତ ନାରାୟଣ ସତନାମୀ ହତ୍ୟାକାଣ୍ଡ। ଇରଶିଷଙ୍କ ସମେତ ଅନ୍ୟ ୩ ଜଣଙ୍କ ନାମରେ ରୁଜୁ ହୋଇଥିଲା ମାମଲା।
Politics
ବିଜେଡିକୁ ଝଟ୍କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା
ପୌରାଧ୍ୟକ୍ଷା ହୋଇଥିଲେ ବିଜେଡିର ଯାଜ୍ଞସେନି ଓରାମ। ଅଭିଯୋଗରୁ ପ୍ରକାଶ, ପୌରାଧ୍ୟକ୍ଷା ହେବା ପରେ ଯାଜ୍ଞସେନି ଓରାମ ମନମୁଖୀ କାମ କରୁଛନ୍ତି। ଉନ୍ନୟନ ମୂଳକ କାମରେ କାଉନ୍ସିଲଙ୍କୁ ସହଯୋଗ କରୁନାହାନ୍ତି।
Crime
ଜେଜେମାଆ-ନାତୁଣୀଙ୍କୁ ଲୁଟିଲେ, ରାସ୍ତା ପାର୍ଶ୍ୱକୁ ଫିଙ୍ଗିଦେଲେ
ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଛତ୍ରପୁର ମେଡ଼ିକାଲ୍ରୁ କୁନ୍ତଳାଙ୍କ ପରିବାର ଲୋକଙ୍କ ପାଖକୁ ଫୋନ୍ କଲ ଆସିଥିଲା। କୁନ୍ତଳା ଓ ସ୍ୱିଟି ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି ଏବଂ ସେମାନଙ୍କ ଚେତା ଫେରୁନି ବୋଲି ସୂଚନା ଦିଆଯାଇଥିଲା।
Miscellaneous
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ରାୟଗଡ଼ା ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏହି ରେଳ ଡିଭିଜନର ଶିଳାନ୍ୟାସ ଫଳରେ ଓଡ଼ିଶାରେ ଭିତ୍ତିଭୂମି ଆହୁରି ମଜବୁତ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।