Advertisment

ଅରିନ୍ଦମଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଃସାହସୀ ସାମ୍ବାଦିକ ତଥା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ ଆଉ ନାହାନ୍ତି। କଟକ ମୁଣ୍ଡଳିରେ ହୋଇଥିବା ବୋଟ୍ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଲେଖିଛନ୍ତି, “କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ […]

ଅଦ୍ୟତନ ହୋଇଛି
ଅରିନ୍ଦମଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଦୁଃଖ ପ୍ରକାଶ

Arindam Das

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଃସାହସୀ ସାମ୍ବାଦିକ ତଥା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ ଆଉ ନାହାନ୍ତି। କଟକ ମୁଣ୍ଡଳିରେ ହୋଇଥିବା ବୋଟ୍ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଲେଖିଛନ୍ତି, “କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।”

https://twitter.com/Naveen_Odisha/status/1441345728991797252?s=20

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି ଲେଖିଛନ୍ତି, ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ। ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ ହୋଇଛି। ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ। ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଶ୍ରୀ ପ୍ରଧାନ ଲେଖିଛନ୍ତି।

Advertisment

https://twitter.com/dpradhanbjp/status/1441345323452940292?s=20

ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଟ୍ୱିଟ୍ କରି ଲେଖିଛନ୍ତି, ଅପରେସନ ଗଜରାଜ ସମୟରେ ଓଡ଼୍ରାଫ ବୋଟ ଦୁର୍ଘଟଣାରେ ନିଜର ଜୀବନ ଉତ୍ସର୍ଗ କରିଥିବା ଗଣମାଧ୍ୟମ ପ୍ରତିନିଧି ତଥା
ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଖବର ଶୁଣି ଦୁଃଖିତ। ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଅମର ଆତ୍ମାର ସଦ୍ଗତି ନିମନ୍ତେ ପ୍ରାର୍ଥନା କରୁଅଛି। ପରିବାରଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ।

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି, ହାତୀ ଉଦ୍ଧାର ଘଟଣାର ରିପୋର୍ଟ କରିବା ସମୟରେ ଓଡ୍ରାଫ୍ ବୋଟ୍ ଦୁର୍ଘଟଣାରେ ଓଟିଭିର ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ
ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ସାବଧାନତା ସତ୍ତ୍ୱେ ତାଙ୍କ ଜୀବନ ଚାଲିଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।

ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିବା ସହିତ ସାମ୍ବାଦିକତା ଜଗତରେ ସେ ସର୍ବଦା ଏକ ପ୍ରେରଣା ହୋଇ ରହିବେ।


ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ତାଙ୍କ ମୃତ୍ୟୁ ଗଭୀର ଶୋକ ପ୍ରକାଶ ପାଇଛି।


ଅରିନ୍ଦମଙ୍କ ମୃତ୍ୟୁରେ ଦୈନିକ ଖବର କାଗଜ ‘ଧରିତ୍ରୀ’ର ସଂପାଦକ ତଥାଗତ ଶତପଥୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଖବର କାଗଜରୁ ଅରିନ୍ଦମ ତାଙ୍କ ସାମ୍ବାଦିକତା କ୍ୟାରିୟର ଆରମ୍ଭ କରିଥିଲେ।


‘ପ୍ରମେୟ’ର ଗ୍ରୁପ୍ ଏଡିଟର ଗୋପାଳ ମହାପାତ୍ର ତାଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କର ସ୍ପଟ୍ ରିପୋର୍ଟିଂ ବହୁତ ଭଲ ଥିଲା। ଅରିନ୍ଦମ ତାଙ୍କ ସହିତ ମଧ୍ୟ କାର୍ଯ୍ୟ କରୁଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe