/odisha-reporter/media/post_attachments/uploadimage/library/16_9/16_9_0/Koraput_1688043982.jpeg)
Koraput
ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ସମୟରେ ମୃତ ଓ ଆହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ରାଜ୍ୟ ସରକାର। ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏଥିସହ ଆହତଙ୍କୁ ମାଗଣାରେ ଚିକିତ୍ସା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମହାପ୍ରଭୁଙ୍କ ବାହାଡ଼ା ଯାତ୍ରା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା।
Advertisment
ବୁଧବାର କେନ୍ଦୁଝର ଜିଲ୍ଲା ବାରିଆ ଥାନା ଅନ୍ତର୍ଗତ କେନ୍ଦୁଆରେ ବାହୁଡା ଯାତ୍ରାରେ ବଡ଼ ଅଘଟଣ ଘଟିଥିଲା। ରଥ ଟଣାବେଳେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭୁବନପଶି ଗାଁର ଯୁଗଳ କିଶୋର ବାରିକ ଓ କେନ୍ଦୁଆ ଗ୍ରାମର ବରୁଣ ଗିରିଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଗୁରୁତର ଆହତ ହୋଇ ମେଡ଼ିକାଲ୍ରେ ଭର୍ତ୍ତି ହୋଇଥିଲେ।
ସେହିପରି କୋରାପୁଟ ଜିଲ୍ଲା କୋଲାବ ନଗରରେ ରଥଟଣା ବେଳେ ଜଣଙ୍କ ମୃତ୍ୟୁ ଘଟିଥିଲା। ରଥଟି ବିଦ୍ୟୁତ ତାରରେ ଲାଗିବାରୁ ଜଣେ ମୃତ୍ୟୁ ହୋଇଥିଲା। ଅନ୍ୟ ଜଣେ ଗୁରୁତର ହୋଇ ମେଡ଼ିକାଲ୍ରେ ଭର୍ତ୍ତି ହୋଇଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
