Advertisment

ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ୍‌ ସହାୟତା, ଉପକୃତ ହେବେ ଲକ୍ଷେ ୨୦ ହଜାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋ’ଖାଦ୍ୟ ଖର୍ଚ୍ଚ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ। ଓମ୍‌ଫେଡ ଦୁଗ୍‌ଧ ଚାଷୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha କୋଭିଡ ସହାୟତା ଘୋଷଣା କରିଛନ୍ତି। ପ୍ରତି ଦୁଗ୍‌ଧ […]

author-image
Manoranjan Sial
ଅଦ୍ୟତନ ହୋଇଛି
‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି, ଆହେ ଜଗନ୍ନାଥ... ’

Chief-Minister-Naveen-Patnaik

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋ’ଖାଦ୍ୟ ଖର୍ଚ୍ଚ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ।

Advertisment

https://twitter.com/IPR_Odisha/status/1407987869117911044?s=20

ଦୁଗ୍ଧ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍‌ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ମହାମାରୀ ଓଡ଼ିଶା ସମେତ ସାରା ବିଶ୍ୱରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି। ଅର୍ଥନୀତିର ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବା ବେଳେ କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଞ୍ଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି। ଲକ୍‌ଡାଉନ୍‌ ଓ ଶର୍ଟଡାଉନ୍‌ ସମୟରେ ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି। ତାକୁ ପ୍ରଶଂସାର ପାତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

https://twitter.com/IPR_Odisha/status/1407987876608966661?s=20

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି-“ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍ଧ ଚାଷୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଆନ୍ତି। ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନଜୀବିକାରେ ବିଶେଷ ସହାୟକ ହୋଇଥାଏ। କୋଭିଡ୍‌ ମହାମାରୀ ସମୟରେ ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ଼ ଧରଣର ହ୍ରାସ ଘଟିଛି। ଯାହାଫଳରେ ଦୁଗ୍ଧ ଚାଷୀଙ୍କ ଜୀବିକା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ।”

Advertisment
Covid Management