Advertisment

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ନବୀନ ପଟ୍ଟନାୟକଙ୍କ ଅପିଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଅପିଲ କରିଛନ୍ତି। ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସର୍ବସମ୍ମତି କ୍ରମେ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ସେ କହିଛନ୍ତି। ଏଥିସହ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ସର୍ବୋଚ୍ଚ ପଦବୀ ପାଇଁ ସମର୍ଥନ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ। Appeal all the members of Odisha Legislative Assembly, cutting across party lines, […]

author-image
Manoranjan Sial
ଅଦ୍ୟତନ ହୋଇଛି
ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ନବୀନ ପଟ୍ଟନାୟକଙ୍କ ଅପିଲ୍‌

Draupadi-Murmu-and-Naveen

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଅପିଲ କରିଛନ୍ତି। ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସର୍ବସମ୍ମତି କ୍ରମେ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ସେ କହିଛନ୍ତି। ଏଥିସହ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ସର୍ବୋଚ୍ଚ ପଦବୀ ପାଇଁ ସମର୍ଥନ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

https://twitter.com/Naveen_Odisha/status/1539575137187827718?s=20&t=8CRQSOwnKaT64HWLvj-NRw

ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ମଙ୍ଗଳବାର ତାଙ୍କ ନାଁ ଘୋଷଣା ହେବା ପରେ ଓଡ଼ିଆଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଖୁସି ପ୍ରକାଶ କରିଛନ୍ତି। ସେ ଟ୍ୱିଟ କରି ଲେଖିଥିଲେ, ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ମୋ’ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲି। ମୋର ବିଶ୍ୱାସ ଶ୍ରୀମତୀ ମୁର୍ମୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ସାରା ଦେଶରେ ନୂଆ ଉଦାହରଣ ସୃଷ୍ଟି କରିବେ ବୋଲି ନବୀନ ଟ୍ୱିଟ୍‌ରେ ଲେଖିଥିଲେ।

Advertisment