‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମରେ ଯୋଗଦେଇ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଗସ୍ତରେ ଆସି ଫେରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧ଟାରେ ହେଲିକପ୍ଟରରେ ଆସି ବ୍ରହ୍ମପୁର ସହର ଉପକଣ୍ଠ ଜି. ଜଗନ୍ନାଥପୁର ଗ୍ରାମରେ ପହଞ୍ଚି ଥିଲେ। ସେଠାରେ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ଯୋଗଦେଇ ଗ୍ରାମବାସୀଙ୍କ ସହ ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଗାଁରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେଇ ସରକାରଙ୍କ ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ।

ପରେ ପୌରାଞ୍ଚଳ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଖଲିକୋଟ କଲେଜ ଷ୍ଟାଡିୟମରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ଯୋଜନାର ଶୁଭାରମ୍ଭ କରିବା ସହ ହିତାଧିକାରୀଙ୍କୁ ‘ଆବାସ ଯୋଜନା’ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ବାବାଜୀତୋଟା ସାହି ନିକଟରେ ଇ-ଲାଇବ୍ରରୀ ସୁବିଧାର ଉଦଘାଟନ କରିଥିଲେ।