Advertisment

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପିତ: ‘ଆୟୁଷ୍ମାନ’ ଯୋଜନା ଲାଗୁ ଦାବିକଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଆଜି ଲୋକାର୍ପଣ ହୋଇଛି। କେନ୍ଦ୍ର ସରକାରଙ୍କ ଅନୁଦାନରେ ସ୍ଥାପିତ ଏହି ମେଡିକାଲ କଲେଜର ଲୋକାର୍ପଣ ଉତ୍ସବରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଓଡ଼ିଶାବାସୀଙ୍କ ନିମନ୍ତେ ସୁଲଭ ମୂଲ୍ୟରେ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଇବା ପାଇଁ ‘ଆୟୁଷ୍ମାନ’ ଯୋଜନା ଲାଗୁ କରିବାକୁ ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି । ଆଜି ପୁରୀରେ ମେଡିକାଲ କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରି କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରରେ […]

ଅଦ୍ୟତନ ହୋଇଛି
ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପିତ: ‘ଆୟୁଷ୍ମାନ’ ଯୋଜନା ଲାଗୁ ଦାବିକଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

Puri

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଆଜି ଲୋକାର୍ପଣ ହୋଇଛି। କେନ୍ଦ୍ର ସରକାରଙ୍କ ଅନୁଦାନରେ ସ୍ଥାପିତ ଏହି ମେଡିକାଲ କଲେଜର ଲୋକାର୍ପଣ ଉତ୍ସବରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଓଡ଼ିଶାବାସୀଙ୍କ ନିମନ୍ତେ ସୁଲଭ ମୂଲ୍ୟରେ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଇବା ପାଇଁ ‘ଆୟୁଷ୍ମାନ’ ଯୋଜନା ଲାଗୁ କରିବାକୁ ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ।

Advertisment

ଆଜି ପୁରୀରେ ମେଡିକାଲ କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରି କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରରେ ଏକ ଉନ୍ନତମାନର ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି । ଏଠାରେ ପିଲାମାନେ ମେଡ଼ିକାଲ ପାଠ ପଢ଼ିବା ସହ ପୁରୀ ଜିଲ୍ଲାରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି ।

ଏହି ଲୋକାର୍ପଣ ଉତ୍ସବରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମାଣ୍ଡଭୀୟ କହିଛନ୍ତି ଯେ, ଓଡ଼ିଶା ସରକାର ଆୟୁଷ୍ମାନ ଯୋଜନାକୁ ଲାଗୁ କଲେ ଓଡ଼ିଆ ଲୋକମାନେ ତା’ର ଲାଭ ପାଇବେ ଓ ସ୍ୱାସ୍ଥ୍ୟବସ୍ଥା ଭଲ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ସମୟରେ ଓଡ଼ିଶାରେ ସ୍ୱାସ୍ଥ୍ୟ ସୁବିଧା, ମେଡିକାଲ କଲେଜ ଓ ସିଟ୍ ସଂଖ୍ୟା ବୃଦ୍ଧି ପାଉଛି । ସ୍ୱାସ୍ଥ୍ୟସେବା ସୁଲଭ ଓ ସର୍ବବ୍ୟାପୀ ହେଉ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ । ତେଣୁ ଓଡ଼ିଶାରେ ସ୍ୱାସ୍ଥ୍ୟସେବା ସୁଲଭ ଓ ସର୍ବବ୍ୟାପୀ କରିବା ପାଇଁ ସେ ମେଡିକାଲ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିବା ଓ ମହାପ୍ରସାଦ ସେବନ କରିବା ଗର୍ବର ବିଷୟ । ସେହି ପବିତ୍ର ଧାମରେ ରହି ମେଡିକାଲ ଶିକ୍ଷା ଲାଭ କରିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ଗର୍ବର ବିଷୟ । ସେହିପରି କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କୋଲ୍ ଇଣ୍ଡିଆ ଦ୍ୱାରା ତାଳଚେରରେ ଏକ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇ ମେଡିକାଲ କଲେଜ ସ୍ଥାପନ ହୋଇଛି । ସୁନ୍ଦରଗଡ଼ରେ ବି ମେଡିକାଲ କଲେଜ ରାଷ୍ଟ୍ରାୟତ୍ତ ସଂସ୍ଥା ଏନଟିପିସି ଦ୍ୱାରା ସ୍ଥାପିତ ହୋଇଛି । ଏହାର ଲାଭ ଓଡ଼ିଶାକୁ ମିଳିବ ବୋଲି ସେ କହିଛନ୍ତି ।

Advertisment

ଉଲ୍ଲେଖଯୋଗ୍ୟ, ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ମୋଟ ୧୦୦ଟି ଏମବିବିଏସ୍ ସିଟ୍ ରହିଛି । ଏହି ମେଡିକାଲ କଲେଜକୁ ମିଶାଇଲେ ରାଜ୍ୟରେ ମୋଟ ୮ଟି ସରକାରୀ ମେଡିକାଲ କଲେଜର ମୋଟ ଏମବିବିଏସ୍ ଆସନ ସଂଖ୍ୟା ୧୨୫୦କୁ ବୃଦ୍ଧି ପାଇଛି ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ,ମନ୍ତ୍ରୀ ସମୀର ଦାଶ,ତୁଷାରକାନ୍ତି ବେହେରା, ଯୋଜନାବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ସ୍ଥାନୀୟ ସାଂସଦ ପିନାକୀ ମିଶ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲେ ।

Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe