ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚାଷୀଙ୍କ ପାଇଁ ଆଜି ଏକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ। ସଚିବାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟମନ୍ତ୍ରୀ “ସମବାୟ ଆପଣଙ୍କ ଦ୍ୱାରରେ” ଯୋଜନାର ଶୁଭାରମ୍ଭ କରିଛନ୍ତି। କୃଷକଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବାକୁ ଏହି ଅଭିଯାନ ଆରମ୍ଭ ହୋଇଛି। ଜୁନ୍ ୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୨ ମାସ ଧରି ଏହି ଅଭିଯାନ ଚାଲିବ। ଗ୍ରାମୀଣ ସମବାୟ ଋଣ ପ୍ରଦାନକାରୀ ସମିତି ଓ ସମବାୟ ବ୍ୟାଙ୍କ ୬୫ ପ୍ରତିଶତ କୃଷିଋଣ ପ୍ରଦାନ କରିଥାନ୍ତି। ୨୦୧୭-୧୮ ବର୍ଷରେ ଏହି ଅନୁଷ୍ଠାନ ୧୧ହଜାର ୫କୋଟି ଟଙ୍କା ଋଣ ଦେଇଥିବା ସମବାୟ ବିଭାଗ ତରଫରୁ କୁହାଯାଇଛି। କାର୍ଯ୍ୟକ୍ରମରେ ନାବାର୍ଡ ଓ ରାଜ୍ୟ ସମବାୟ ବ୍ୟାଙ୍କ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହା ରାଜ୍ୟରେ ଯୁଗ୍ମଦେୟଗୋଷ୍ଠୀର ଗଠନ ଓ ଋଣ ପ୍ରଦାନ ପାଇଁ ସହାୟକ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମବାୟ ବିଭାଗ ଦ୍ୱାରା ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟକୁ ଉନ୍ମୋଚନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।