ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟାଟା ସନ୍ସ ଅଧ୍ୟକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟାଟା ସନ୍ସ ଅଧ୍ୟକ୍ଷ ଏନ୍ ଚନ୍ଦ୍ରଶେଖରନ୍ ଆଜି ସନ୍ଧ୍ୟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ଓଡ଼ିଶାରେ ଟାଟା ଷ୍ଟିଲ୍ ସମେତ ଟାଟା ସନ୍ସର ବିଭିନ୍ନ ପ୍ରକଳ୍ପ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହେବା ସହ ଭୁବନେଶ୍ୱର ଟିସିଏସ୍ ସେଂଟରର କ୍ଷମତା ୧୫ହଜାରକୁ ବୃଦ୍ଧି ହେବ ବୋଲି ବୈଠକରୁ ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ଟାଟା ସନ୍ସ ଅଧ୍ୟକ୍ଷ ଏନ୍ ଚନ୍ଦ୍ରଶେଖରନ୍ ଓ ଟାଟା ଷ୍ଟିଲ ପରିଚାଳନା ନିର୍ଦ୍ଦେଶକ ଟିଭି ନରେନ୍ଦ୍ରନ୍ ଆଜି ସନ୍ଧ୍ୟାରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କମ୍ପାନୀର ବିଭିନ୍ନ ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଓଡ଼ିଶାରେ ନିଜର ପ୍ରକଳ୍ପ ଆଦି ସମ୍ପ୍ରସାରଣ କରିବା ନିମନ୍ତେ ଟାଟା ସନ୍ସକୁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।