୨୯ରୁ ପୁଣି ଲିଙ୍ଗରାଜ ଓ ଶ୍ରୀମନ୍ଦିରରେ ଭଙ୍ଗାଗଢ଼ା କାର୍ଯ୍ୟ କରିବେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ଅଟକିଥିବା ମନ୍ଦିରଗୁଡ଼ିକର ଭଙ୍ଗାଗଢ଼ା ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ପୁଣିଥରେ ଚଳିତମାସ ୨୯ତାରିଖରୁ ଆରମ୍ଭ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୁରୀ ଶ୍ରୀଜଗନ୍ନାଥ ଓ ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଚାରିପାଶ୍ୱର୍ରେ ବିଭିନ୍ନ ବ୍ୟବସାୟ କରି ଜୀବିକା ନିର୍ବାହ କରୁଥିବା ଲୋକମାନେ କରୋନା ଲକଡାଉନରୁ ମୁକୁଳି ପରିବାର ପ୍ରତିପୋଷଣ ପାଇଁ ଅଣ୍ଟା ସଳଖିବାକୁ ଯାଉଥିବାବେଳେ ରାଜ୍ୟ ସରକାର ପୁଣିଥରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ […]

naveen

Manoranjan Sial
  • Published: Wednesday, 27 May 2020
  • , Updated: 27 May 2020, 07:17 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ଅଟକିଥିବା ମନ୍ଦିରଗୁଡ଼ିକର ଭଙ୍ଗାଗଢ଼ା ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ପୁଣିଥରେ ଚଳିତମାସ ୨୯ତାରିଖରୁ ଆରମ୍ଭ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୁରୀ ଶ୍ରୀଜଗନ୍ନାଥ ଓ ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଚାରିପାଶ୍ୱର୍ରେ ବିଭିନ୍ନ ବ୍ୟବସାୟ କରି ଜୀବିକା ନିର୍ବାହ କରୁଥିବା ଲୋକମାନେ କରୋନା ଲକଡାଉନରୁ ମୁକୁଳି ପରିବାର ପ୍ରତିପୋଷଣ ପାଇଁ ଅଣ୍ଟା ସଳଖିବାକୁ ଯାଉଥିବାବେଳେ ରାଜ୍ୟ ସରକାର ପୁଣିଥରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୁରୀ ଓ ଭୁବନେଶ୍ୱରର ଏହି ଦୁଇଟି ପ୍ରକଳ୍ପ ଅନେକ ଦୃଷ୍ଟିରୁ ସ୍ୱତନ୍ତ୍ରଭାବେ ଗୁରୁତ୍ୱପୂର୍ଣ୍ଣ। ଲକଡାଉନ୍ ଯୋଗୁ ଦୁଇମାସ ଧରି କାମ ବନ୍ଦ ରହିଥିଲା। ତେବେ ସାମାଜିକ ଦୂରତ୍ୱ ଓ ଅନ୍ୟାନ୍ୟ ଗାଇଡଲାଇନଗୁଡ଼ିକୁ କଡ଼ାକଡ଼ି ଭାବେ ପାଳନ କରି ଏହି କାର୍ଯ୍ୟକୁ ମେ’ ୨୯ତାରିଖରୁ ପୁଣିଥରେ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ ପୁରୀରେ ଶ୍ରୀସେତୁ, ଶ୍ରୀଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରା କେନ୍ଦ୍ର, ମହୋଦଧି ମାର୍କେଟ କମ୍ପେ୍ଲକ୍ସ ଓ ମୂଷା ନଦୀର ସମ୍ପ୍ରସାରଣ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଜାରି ରହିଛି। ଆଉ ବାକି ଥିବା ଅଳ୍ପ ଜମି ଅଧିଗ୍ରହଣ କାର୍ଯ୍ୟ ୨-୩ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ। ଏହାସହିତ ଶ୍ରୀଜଗନ୍ନାଥ ହେରିଟେଜ୍ କରିଡର, ବଡ଼ଦାଣ୍ଡ ଉନ୍ନତିକରଣ ପ୍ରକଳ୍ପ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଲଡିଂର ପୁନର୍ବିକାଶ ପ୍ରକଳ୍ପ, ଜଗନ୍ନାଥ ସଂସ୍କୃତି କେନ୍ଦ୍ର ଆଦି ପ୍ରକଳ୍ପ ପାଇଁ ଡିଜାଇନ୍ ପ୍ରସ୍ତୁତ କରାଯାଉଛି।

ସେହିପରି ଲିଙ୍ଗରାଜ ମନ୍ଦିର ପ୍ରକଳ୍ପର ମଧ୍ୟ ବିଭିନ୍ନ କାର୍ଯ୍ୟ ପାଇଁ ପ୍ରସ୍ତୁତି ଚାଲିଛି। ଜମି ଅଧିଗ୍ରହଣ କାର୍ଯ୍ୟ ଖୁବଶୀଘ୍ର ଶେଷ ହେବ। ମନ୍ଦିର ଓ ବିନ୍ଦୁସାଗର ମଧ୍ୟବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ ଆରମ୍ଭ କରାଯିବ । ଏଥିପାଇଁ ଯୋଜନା ଓ ଡିଜାଇନ କାର୍ଯ୍ୟର ପ୍ରସ୍ତୁତି ଚାଲିଛି। ବିନ୍ଦୁସାଗର ଓ ଅନ୍ୟାନ୍ୟ ତୀର୍ଥ ପୁଷ୍କରଣୀର ଜଳକୁ ନୂତନ ବୈଷୟିକ ଜ୍ଞାନ ସହାୟତାରେ ସ୍ୱଚ୍ଛ କରିବା ଓ ଏହାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଭାରତ ସରକାରଙ୍କ ଇଣ୍ଡିଆନ କେମିକାଲ ଇନଷ୍ଟିଚ୍ୟୁଟ ସହିତ ଖୁବଶୀଘ୍ର ଏକ ବୁଝାମଣା ପତ୍ର ସ୍ୱାକ୍ଷର କରାଯିବ ବୋଲି ବୈଠକରୁ ସୂଚନା ମିଳିଛି। ଏହି ସମୀକ୍ଷା ବୈଠକରେ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Related story