Advertisment

‘କରୋନା ଶୀଘ୍ର ଯିବ, ଜୀବନ ଜୀବିକା ପୁଣି ସ୍ୱାଭାବିକ ହେବ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା’ ରମାଦେବୀ, ସହିଦ ବାଜି […]

author-image
Ranjit Kumar Jena
ଅଦ୍ୟତନ ହୋଇଛି
‘କରୋନା ଶୀଘ୍ର ଯିବ, ଜୀବନ ଜୀବିକା ପୁଣି ସ୍ୱାଭାବିକ ହେବ’

cm-naveen

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା’ ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Advertisment

ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍ ଏବଂ କୋଭିଡ୍ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଚଳିତ ବର୍ଷ ସାରା ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ମହାନ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ମଧ୍ୟ ଚଳିତ ବର୍ଷର ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର ସ୍ୱାଧୀନତା ସଂଗ୍ରାମ କେବଳ ଏକ ରାଜନୈତିକ ସଂଗ୍ରାମ ନ ଥିଲା। ଏହା ଥିଲା ସମତା ଓ ନ୍ୟାୟ ପାଇଁ ସଂଗ୍ରାମ। ହିଂସା ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ। ଆମର ସଂଗ୍ରାମ କେବଳ ଆମ ପାଇଁ ସ୍ୱାଧୀନତା ଆଣି ନଥିଲା। ଏହା ଥିଲା ସାରା ବିଶ୍ୱ ପାଇଁ ମାନବତାର ସବୁଠାରୁ ବଡ଼ ବିଜୟ। ଆମର ସ୍ୱାଧୀନ ମୂଲ୍ୟବୋଧ ହିଁ ସମସ୍ତ ବିବିଧତା ସତ୍ତ୍ୱେ ଭାରତକୁ ମଜବୁତ କରି ରଖିଛି। ବିବିଧତା ହିଁ ଆମର ଶକ୍ତି। ଆଉ ଏହା ଆମ ଜୀବନଧାରାର ଗୁରୁତ୍ୱପୂର୍ଣ୍ଣ ଦିଗ। ଏହାକୁ ଆମେ କେବେ ବି ନଷ୍ଟ ହେବାକୁ ଦେବା ନାହିଁ।

Advertisment

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ। ଏହା ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ। ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଆସିଛି। ଆମ କଥା ଓ କାର୍ଯ୍ୟରେ ସମ୍ବିଧାନର ମୂଲ୍ୟବୋଧ ପ୍ରତିଫଳିତ ହୋଇପାରିଲେ, ଭାରତ ବିଶ୍ୱର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ହୋଇପାରିବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କରୋନାର ତୃତୀୟ ଲହରୀ ଏବେ ସାରା ବିଶ୍ୱରେ ବ୍ୟାପିଛି। ଆମେ ମଧ୍ୟ ଏହାର ମୁକାବିଲା କରୁଛୁ। ମୋର ଅନୁରୋଧ ଆମେ ଭୟଭୀତ ହେବା ନାହିଁ। କରୋନାର ସବୁ ଗାଇଡ ଲାଇନ୍ସକୁ ଠିକ୍ ଭାବରେ ପାଳନ କରିବା ଏବଂ କରୋନାକୁ ହରାଇବା। ମୋର ବିଶ୍ୱାସ, ସମସ୍ତଙ୍କ ସହଯୋଗରେ କରୋନା ଶୀଘ୍ର ଦୂର ହେବ ଏବଂ ଜୀବନ ଜୀବିକା ଆଗଭଳି ପୁଣି ସ୍ୱାଭାବିକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।