ସମ୍ବିଧାନର ମୁଖବନ୍ଧରେ ‘ଅହିଂସା’ ସାମିଲ ଦାବି ଦୋହରାଇଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅହିଂସା ଶବ୍ଦକୁ ସମ୍ବିଧାନର ମୁଖବନ୍ଧରେ ସାମିଲ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ଦୋହରାଇଛନ୍ତି। ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ କମିଟିର ଦ୍ୱିତୀୟ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ଅହିଂସା ହିଁ ଶାନ୍ତି, ବିକାଶ ଓ ସାମ୍ୟତାର ମାର୍ଗ। ଅହିଂସା ହିଁ ସ୍ୱାଧୀନତା ସଂଗ୍ରାମକୁ ବିଶ୍ୱର ଅନ୍ୟ ସବୁ ସଂଗ୍ରାମଠୁ ନିଆରା କରିଛି। ତେଣୁ ବିକାଶ ଲାଗି ଗାନ୍ଧିଜୀଙ୍କ ଅହିଂସା ମାର୍ଗକୁ ହିଁ […]

naveen-patnaik-1

Manoranjan Sial
  • Published: Thursday, 19 December 2019
  • , Updated: 19 December 2019, 07:20 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅହିଂସା ଶବ୍ଦକୁ ସମ୍ବିଧାନର ମୁଖବନ୍ଧରେ ସାମିଲ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ଦୋହରାଇଛନ୍ତି।

ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ କମିଟିର ଦ୍ୱିତୀୟ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ଅହିଂସା ହିଁ ଶାନ୍ତି, ବିକାଶ ଓ ସାମ୍ୟତାର ମାର୍ଗ। ଅହିଂସା ହିଁ ସ୍ୱାଧୀନତା ସଂଗ୍ରାମକୁ ବିଶ୍ୱର ଅନ୍ୟ ସବୁ ସଂଗ୍ରାମଠୁ ନିଆରା କରିଛି। ତେଣୁ ବିକାଶ ଲାଗି ଗାନ୍ଧିଜୀଙ୍କ ଅହିଂସା ମାର୍ଗକୁ ହିଁ ଯୁବସମାଜ ଆପଣାଇବାକୁ ଶ୍ରୀ ପଟ୍ଟନାୟକ ଆହ୍ୱାନ ଦେଇଥିଲେ। ମହାତ୍ମା ଗାନ୍ଧିଙ୍କ ଅହିଂସା ତତ୍ତ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ନୀତି ହେଉଛି ଦାରିଦ୍ର‌୍ୟ ଓ ସାମାଜିକ ଅବିଚାର ସବୁଠୁ ବଡ଼ ହିଂସା। ଯେପର୍ଯ୍ୟନ୍ତ ଦାରିଦ୍ର‌୍ୟ ରହିଥିବ ସ୍ୱାଧୀନତାର ମୂଲ୍ୟ ଅର୍ଥହୀନ ବୋଲି ଗାନ୍ଧିଜୀ କହୁଥିଲେ। ବିନା ଅହିଂସାରେ ଦାରିଦ୍ର‌୍ୟ ଦୂର କରାଯାଇ ପାରିବ ନାହିଁ। ଜାତି, ଧର୍ମ ଓ ବର୍ଣ୍ଣ ଭିତ୍ତିରେ ସମାଜକୁ ବିଭକ୍ତ କରୁଥିବା ଶକ୍ତିର ପରାଜୟରେ ହିଁ ପ୍ରଗତି ହାସଲ କରାଯାଇ ପାରିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ଯୁବସମାଜ ମଧ୍ୟରେ ଅହିଂସା ଆଦର୍ଶର ବିକାଶ ଦେଶର ମହାନ ସଂଗ୍ରାମ ଓ ମହାତ୍ମାଙ୍କୁ ଯୁଗଯୁଗ ପାଇଁ ପ୍ରେରଣାର ଉତ୍ସ କରି ରଖିବ। ତେଣୁ ଗାନ୍ଧିଜୀଙ୍କ ଜୟନ୍ତୀ ଅବସରରେ ଅହିଂସା ଶବ୍ଦକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସାମିଲ କରାଗଲେ ତାହା ହିଁ ମହାତ୍ମାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀ ପଟ୍ଟନାୟକ ୨୦୧୯ ମେ’ ୨ତାରିଖରେ ରାଷ୍ଟ୍ରପତି ଭବନରେ ଆୟୋଜିତ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ କମିଟିର ପ୍ରଥମ ବୈଠକରେ ଯୋଗ ଦେଇ ‘ଅହିଂସା’ଶବ୍ଦକୁ ସମ୍ବିଧାନର ମୁଖବନ୍ଧରେ ସାମିଲ ପାଇଁ ଦାବି ଉପସ୍ଥାପନ କରିଥିଲେ।

Related story