Advertisment

ସ୍ମାର୍ଟ କାର୍ଡ ବାଣ୍ଟିଲେ, ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ କଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ୍‌ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାର ମୁଖ୍ୟମନ୍ତ୍ରୀଙ୍କଠାରୁ ସ୍ମାର୍ଟ ହେଲ୍‌ଥ କାର୍ଡ ଗ୍ରହଣ କରିଛନ୍ତି। ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ଏହି […]

ସ୍ମାର୍ଟ କାର୍ଡ ବାଣ୍ଟିଲେ, ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ କଲେ ନବୀନ

BSKY-card

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ୍‌ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାର ମୁଖ୍ୟମନ୍ତ୍ରୀଙ୍କଠାରୁ ସ୍ମାର୍ଟ ହେଲ୍‌ଥ କାର୍ଡ ଗ୍ରହଣ କରିଛନ୍ତି। ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପିତ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।

Advertisment

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ମାର୍ଟ ହେଲ୍‌ଥ କାର୍ଡର ସୁବିଧା ଲୋକମାନେ ଚିକିତ୍ସା ସମୟରେ ପାଇବେ। ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ହେବ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି। ଏଭଳି ବ୍ୟବସ୍ଥା କରିବାରେ ଓଡ଼ିଶା ସାରା ଦେଶର ଏକମାତ୍ର ରାଜ୍ୟ। ସାରା ଓଡ଼ିଶାରେ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ ବଲାଙ୍ଗିର ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, “ଏହି କାର୍ଡ ପାଖରେ ରହିଲେ, ଚିକିତ୍ସା ପାଇଁ କୌଣସି କାଗଜପତ୍ର ଦରକାର ନାହିଁ। କେବଳ କାର୍ଡଟିକୁ ନେଇ ଲୋକମାନେ ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲ୍‌ରେ ବିନା ଖର୍ଚ୍ଚରେ ଗୁଣାତ୍ମକ ଚିକିତ୍ସା ପାଇପାରିବେ। ପରିବାର ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିପାରିବ। ଟଙ୍କା ପାଇଁ କେହି ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହୁଅନ୍ତୁ, ଏହା ହିଁ କାର୍ଯ୍ୟକ୍ରମର ଲକ୍ଷ୍ୟ। ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ। ସମସ୍ତେ ସୁସ୍ଥରେ ରହିଲେ ହିଁ ରାଜ୍ୟର ପ୍ରଗତି ହୋଇପାରିବ।”

Advertisment

ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ ଗସ୍ତ କରି ସେଠାରେ ଅନେକ ନୂଆ ପ୍ରକଳ୍ପ ଆରମ୍ଭ କରିଛନ୍ତି। ଟିଟିଲାଗଡ-ସଇଁତଳା ବ୍ଲକ୍‌ରେ ସଂପୂର୍ଣ୍ଣ ହୋଇଥିବା ପାଇପ ପାଣି ପ୍ରକଳ୍ପର ଲୋକାର୍ପିତ କରିଥିଲେ। ପରେ ଟିଟିଲାଗଡ ଟାଉନ୍‌ରେ ସବୁ ଘରକୁ ପାଇପ ପାଣି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ। ପରେ ମୁଖ୍ୟମନ୍ତ୍ରୀ ପାଟଣାଗଡରେ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ। ଶେଷରେ ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲା ଗସ୍ତ କରି ସେଠାରେ ମଧ୍ୟ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ସେଠାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଶିକ୍ଷା ଓ ସ୍ୱାସ୍ଥ୍ୟ ହେଉଛି ଆମ ବିକାଶର ମୂଳଦୂଆ। ସେଥିପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ଦୁଇଟି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ସହିତ ସବୁ ସରକାରୀ ହସ୍ପିଟାଲରେ ସଂପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ୫-ଟିରେ ରାଜ୍ୟର ସ୍କୁଲ ଗୁଡିକର ରୂପାନ୍ତର କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ୧୦୭୨ଟି ସ୍କୁଲର ରୂପାନ୍ତର କରାଯାଉଛି। ସନ୍ଥ ଭୀମଭୋଇ ମେଡିକାଲ କଲେଜ ପରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ହେଉଛି ଜିଲ୍ଲାର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ। ଏହାକୁ ଏକ ଆଦର୍ଶ ବିଶ୍ୱବିଦ୍ୟାଳୟ ରୂପେ ଗଢି ତୋଳିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ।”

ଆଜିର କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଗଣ ବିକ୍ରମ କେଶରୀ ଆରୁଖ, ନିରଞ୍ଚନ ପୂଜାରୀ, ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ନବ ଦାସ, ଶ୍ରୀମତୀ ଟୁକୁନି ସାହୁ, ଦିବ୍ୟଶଙ୍କର ମିଶ୍ର, ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓ, ବିଧାୟକ ନରସିଂହ ମିଶ୍ର, ବିଧାୟକ ସରୋଜ ମେହେର, ସନ୍ତୋଷ ସିଂ ସାଲୁଜା, ମୁକେଶ ମହାଲିଙ୍ଗ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe