‘ବରଗଡ଼ ହେଉଛି ମା’ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲା ଗସ୍ତରେ ଯାଇଛନ୍ତି। ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜନସାଧାରଣଙ୍କୁ ଉଦ୍‌ବୋଧ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲ୍ଲାର ବିକାଶ ପାଇଁ ୨୫୦୦ […]

BJD

Manoranjan Sial
  • Published: Saturday, 13 November 2021
  • , Updated: 13 November 2021, 03:41 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲା ଗସ୍ତରେ ଯାଇଛନ୍ତି। ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ଜନସାଧାରଣଙ୍କୁ ଉଦ୍‌ବୋଧ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲ୍ଲାର ବିକାଶ ପାଇଁ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଚାଲିଛି। ଏଥିରେ ରହିଛି ୨୦୯୦ କୋଟି ଟଙ୍କାର ଗୁରୁତ୍ୱପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ। ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ। ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

https://twitter.com/CMO_Odisha/status/1459457387258122241?s=20

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ବରଗଡ଼ ହେଉଛି ମା’ ଲକ୍ଷ୍ମୀଙ୍କ ପବିତ୍ର ଭୂମି। ଓଡ଼ିଶାର ଭାତ ହାଣ୍ଡି। ବରଗଡର ବୁଣାକାରମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ୱକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି। ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ବରଗଡ ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି କହିଛନ୍ତି ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ ମୁକ୍ତି ପାଇବେ। ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆଜିର କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ରୀତା ସାହୁ, ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ମନ୍ତ୍ରୀ ସୁଶାନ୍ତ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ମନ୍ତ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Related story