ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟିଲେ, ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍‌ସ କଥା ଦୋହରାଇଲେ ମୁଖ୍ୟମନ୍ତ୍ରୀ

ରାଉରକେଲା/ସୁନ୍ଦରଗଡ଼(ପବନ/ବିଜୟ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ଼ ଗସ୍ତରେ ଯାଇଥିଲେ। ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି। ପରେ ଜିଲ୍ଲା ପାଇଁ ୫୮୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପିତ କରିଛନ୍ତି। ଏଥିସହିତ ସୁନ୍ଦରଗଡ଼ ଜିଲ୍ଲାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା କଥା ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସୁନ୍ଦରଗଡରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିବେ। ଦେଶ ପାଇଁ ଅଲ୍‌ମ୍ପିକ୍ସି ଗୌରବ […]

BJD

BJD

Manoranjan Sial
  • Published: Tuesday, 14 September 2021
  • Updated: 14 September 2021, 10:00 PM IST

Sports

Latest News

ରାଉରକେଲା/ସୁନ୍ଦରଗଡ଼(ପବନ/ବିଜୟ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ଼ ଗସ୍ତରେ ଯାଇଥିଲେ। ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି। ପରେ ଜିଲ୍ଲା ପାଇଁ ୫୮୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପିତ କରିଛନ୍ତି। ଏଥିସହିତ ସୁନ୍ଦରଗଡ଼ ଜିଲ୍ଲାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା କଥା ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସୁନ୍ଦରଗଡରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିବେ। ଦେଶ ପାଇଁ ଅଲ୍‌ମ୍ପିକ୍ସି ଗୌରବ ଆଣିଥିବା ସୁନ୍ଦରଗଡବାସୀଙ୍କ ଏହି ଦାବି ପୂରଣ ପାଇଁ ଓଡ଼ିଶା ସରକାର ଜୋରଦାର ଉଦ୍ୟମ ଜାରି ରଖିବ। କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓ ଅଲମ୍ପିକ୍ସରେ ଖେଳିଥିବା ହକି ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।

https://twitter.com/IPR_Odisha/status/1437734263000944640?s=20

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍‌ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହାଦ୍ୱାରା ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ ମୁକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ହୋଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ୭  ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ। ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ଅର୍ଥରେ ସଂଯୋଗୀକରଣଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ୱାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ।

https://twitter.com/IPR_Odisha/status/1437734268696809473?s=20

ଆଜିର କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଯୋଗଦେଇ ସ୍ୱାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ। ଓଡ଼ିଶାରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା, ମେଡିକାଲ କଲେଜ ପ୍ରତିଷ୍ଠା ଓ ବିଜୁ ସ୍ୱାସ୍ଥ୍ୟ କାର୍ଡ ଭଳି ଅନନ୍ୟ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ ଶ୍ରୀ ଦାସ।

ରାଉରକେଲା ବିଧାୟକ ସାରଦା ନାୟକ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱର ପ୍ରଶଂସା କରିଥିଲେ। ବିଧାୟକ ସୁବ୍ରତ ତରାଇ ଧନ୍ୟବାଦ ଜଣାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story