ରାଜ୍ୟରେ ଆଉ ୨ଟି ପ୍ଲାଜମା ବ୍ୟାଙ୍କ ଉଦଘାଟିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨ଟି ପ୍ଲାଜମା ବ୍ୟାଙ୍କର ଉଦଘାଟନ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରହ୍ମପୁର MKCG ଓ ବୁର୍ଲା ଭୀମସାରରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବ୍ରହ୍ମପୁର MKCG ହସ୍ପିଟାଲରେ ଉଦଘାଟନୀ ବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଭିମସାରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଉପସ୍ଥିତ ଥିଲେ। ପ୍ଲାଜମା ଥେରାପି ଏବେ କରୋନା ଆକ୍ରାନ୍ତଙ୍କ ପାଇଁ ବରଦାନ ସାଜିଛି। ତେଣୁ ଏହାକୁ ରାଜ୍ୟର ଅନ୍ୟ ଅଞ୍ଚଳରେ […]

7778888

Tapaswini Nayak
  • Published: Wednesday, 05 August 2020
  • , Updated: 05 August 2020, 05:37 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨ଟି ପ୍ଲାଜମା ବ୍ୟାଙ୍କର ଉଦଘାଟନ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରହ୍ମପୁର MKCG ଓ ବୁର୍ଲା ଭୀମସାରରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ବ୍ରହ୍ମପୁର MKCG ହସ୍ପିଟାଲରେ ଉଦଘାଟନୀ ବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଭିମସାରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଉପସ୍ଥିତ ଥିଲେ। ପ୍ଲାଜମା ଥେରାପି ଏବେ କରୋନା ଆକ୍ରାନ୍ତଙ୍କ ପାଇଁ ବରଦାନ ସାଜିଛି। ତେଣୁ ଏହାକୁ ରାଜ୍ୟର ଅନ୍ୟ ଅଞ୍ଚଳରେ ପହଞ୍ଚାଇବା ସହ ପ୍ଲାଜମା ଥେରାପିକୁ ଅଧିକରୁ ଅଧିକ ଚିକିତ୍ସା କ୍ଷେତ୍ରରେ ପହଞ୍ଚାଇବାକୁ ରାଜ୍ୟ ସରକାର ଚେଷ୍ଟା କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ଜୁଲାଇ ୧୫ ତାରିଖରେ କଟକ SCB ପରେ ରାଜ୍ୟର ପ୍ରଥମ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରାଯାଇଥିଲା। ଏହା ପରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କ ଲୋକାର୍ପିତ କରାଯାଇଥିଲା। ପରେ ରାଉରକେଲା IGHରେ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରାଯାଇଥିଲା।

Related story