କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍‌ ହସ୍ପିଟାଲ୍‌ ପ୍ରସ୍ତୁତ କର। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳଙ୍କ ସହିତ କୋଭିଡ୍‌ ମୁକାବିଲା ନେଇ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ପରେ କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର […]

Naveen Patnaik

Manoranjan Sial
  • Published: Tuesday, 04 January 2022
  • , Updated: 04 January 2022, 09:10 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍‌ ହସ୍ପିଟାଲ୍‌ ପ୍ରସ୍ତୁତ କର। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳଙ୍କ ସହିତ କୋଭିଡ୍‌ ମୁକାବିଲା ନେଇ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ସମୀକ୍ଷା ପରେ କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ୍‌ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦ୍ୱିତୀୟ ଲହର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ୍‌ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇଛନ୍ତି। ବିଶେଷ କରି ୧୫ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେଇଛନ୍ତି।

https://twitter.com/IPR_Odisha/status/1478363303801810944?s=20

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କରୋନା ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡ଼ିବ। ତେବେ ଏଥିରେ ଯେପରି ଲୋକମାନଙ୍କ ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ମାଡ଼ି ଚାଲିଛି। ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି। ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ୍‌ ରୋଗୀ ସଂକ୍ରମଣ ହେଉଥିବା ଦେଖା ଦେଇପାରେ। ଓଡ଼ିଶାରେ ମଧ୍ୟ ଓମିକ୍ରନ୍‌ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡ୍‌ର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଛନ୍ତି।

https://twitter.com/IPR_Odisha/status/1478363310894424066?s=20

ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏ ଗୁଡିକର କାର୍ଯ୍ୟାନ୍ୱୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

 

Related story