ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୭ ଦିନ ମଧ୍ୟରେ ସବୁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାକୁ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି […]

naveen patnaik

Manoranjan Sial
  • Published: Tuesday, 31 August 2021
  • , Updated: 31 August 2021, 08:00 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୭ ଦିନ ମଧ୍ୟରେ ସବୁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାକୁ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକରେ ବର୍ଷାର ଅଭାବ ଦେଖାଦେଇଛି। ଯେଉଁଥିପାଇଁ କୃଷି କାର୍ଯ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବାକୁ କୁହାଯାଇଛି।ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଓ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯଦି କ୍ଷେତରେ ଫସଲ ନଷ୍ଟ ହୁଏ, ତାହାହେଲେ ଦ୍ୱିତୀୟ ଫସଲ ପାଇଁ ଆଶ୍ୟକ ହେଉଥିବା ବିହନ ଓ ମିନିକିଟ୍‌ ଯୋଗାଇ ଦେବା କୁହାଯାଇଛି। ଯେଉଁଠାରେ ଫସଲ ଅଛି ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀଙ୍କୁ ଡିଜେଲ ପମ୍ପ ସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି-“ଚାଷୀଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବାକୁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ ଖୋଳନ୍ତୁ। ଏହାସହିତ ସମସ୍ତ ଉଠା ଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରାଯାଉ। ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦିଆଯାଉ। ଜନସାଧାରଣ ଓ ପ୍ରାଣୀସଂପଦଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନିଅନ୍ତୁ। ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉ।”

ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଯୋଗଦେଇ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି। ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଟି ହୋଇନାହିଁ। ଏମ୍‌ଜିଏନ୍‌ଆରଇଜିଏରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ।

 

Related story