ମହାରଥୀଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରିବାର ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉନ୍ନତ ଚିକିତ୍ସା ପାଇଁ ଡାକ୍ତରଙ୍କ ସହ ମଧ୍ୟ କଥା ହେଲେ ମୁଖ୍ୟମନ୍ତ୍ରୀ। ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ମହାରଥୀ। ଶ୍ରୀ ମହାରଥୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କ ଖଣ୍ଡଗିରିରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସ୍ଥିତି ବିଗୁଡ଼ୁଥିବା ଦେଖି ଗତକାଲିଠୁ ଡାକ୍ତରମାନେ ତାଙ୍କୁ […]

naveen

Manoranjan Sial
  • Published: Saturday, 03 October 2020
  • , Updated: 03 October 2020, 08:49 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରିବାର ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉନ୍ନତ ଚିକିତ୍ସା ପାଇଁ ଡାକ୍ତରଙ୍କ ସହ ମଧ୍ୟ କଥା ହେଲେ ମୁଖ୍ୟମନ୍ତ୍ରୀ। ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ମହାରଥୀ।

ଶ୍ରୀ ମହାରଥୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କ ଖଣ୍ଡଗିରିରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସ୍ଥିତି ବିଗୁଡ଼ୁଥିବା ଦେଖି ଗତକାଲିଠୁ ଡାକ୍ତରମାନେ ତାଙ୍କୁ ୪୮ଘଣ୍ଟାର ଅବଜରଭେସନରେ ରଖିଛନ୍ତି। ଏବେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି।

Related story