ଆସନ୍ତାକାଲିଠୁ ବିଦେଶ ଗସ୍ତରେ ଯିବେ ନବୀନ, ୩୦ରେ ଫେରିବେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୧୩ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ରାଜନୀତିକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହା ଦ୍ୱିତୀୟ ବିଦେଶ ଗସ୍ତ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ । ସେଠାରୁ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ୍ ଅଭିମୁଖେ ଗସ୍ତ କରିବେ । ମୁଖ୍ୟମନ୍ତ୍ରୀଙ୍କ […]

cm-naveen-patnaik

Ordigital Desk
  • Published: Friday, 17 June 2022
  • , Updated: 18 June 2022, 07:49 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୧୩ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ରାଜନୀତିକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହା ଦ୍ୱିତୀୟ ବିଦେଶ ଗସ୍ତ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ । ସେଠାରୁ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ୍ ଅଭିମୁଖେ ଗସ୍ତ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ଓ କିଛି ବନ୍ଧୁ ମଧ୍ୟ ରୋମ୍ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରୋମସ୍ଥିତ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମ(ୱାଲର୍ଡ ଫୁଡ୍ ପ୍ରୋଗ୍ରାମ)ରେ ଓଡ଼ିଶାର ସଫଳତା କାହାଣୀ ସମ୍ପର୍କରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହାସହିତ ଇଟାଲୀର ବିଭିନ୍ନ ସ୍ଥାନ ପରିଭ୍ରମଣ କରିବେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୬ତାରିଖ ଅପରାହ୍ନ ୩ଟା ୨୫ରେ ରୋମରୁ ଦୁବାଇ ଅଭିମୁଖେ ଗସ୍ତ କରିବେ । ଦୁବାଇରେ ୨୯ତାରିଖରେ ଭାରତ ସରକାର ଓ ଫିକ୍କି ଦ୍ୱାରା ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ । ୩୦ ତାରିଖ ଅପରାହ୍ନରେ ୩ଟା ୨୫ ମିନିଟରେ ଦୁବାଇ ଛାଡ଼ିବେ ଓ ରାତି ୮ଟା ୨୦ରେ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ରାତି ୯ଟା ୩୦ମିନିଟରେ ଭୁବନେଶ୍ୱର ଅଭିମୁଖେ ଆସିବେ ଓ  ସାଢ଼େ ୧୧ଟାରେ ପହଂଚିବେ ବୋଲି କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୨୨ବର୍ଷର କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବିଦେଶ ଗସ୍ତରେ ଯାଉଛନ୍ତି । ସେ ୨୦୧୨ ମେ’ ୨୪ତାରିଖରେ ଲଣ୍ଡନ ଗସ୍ତରେ ଯାଇଥିଲେ । ମୁଖ୍ୟମନ୍ତ୍ରୀ ଲଣ୍ଡନ ଗସ୍ତରେ ଥିବାବେଳେ ପ୍ୟାରୀମୋହନ ମହାପାତ୍ରଙ୍କ ଦ୍ୱାରା ବହୁଚର୍ଚ୍ଚିତ ମେ’ ୨୯ତାରିଖରେ ମିଡ୍ ନାଇଟ୍ ଅପରେସନ ଯୋଗୁ ନିଜର ଗସ୍ତ କାଂଟଛାଂଟ୍ କରି ଓଡ଼ିଶା ଫେରିଥିଲେ ।

Related story