ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ଼ କର: ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠଅଧିକାରୀଙ୍କ ସହ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି, ଚାଷୀଙ୍କ ସମସ୍ୟା ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନେଇ ଆଲୋଚନା କରିଛନ୍ତି। ମଙ୍ଗଳବାର ହୋଇଥିବା ସମୀକ୍ଷା ବୈଠକର ନିଷ୍ପତ୍ତି କେତେଦୂର କାର୍ଯ୍ୟକାରୀ ହୋଇଛି, ସେନେଇ ପଚାରି ବୁଝିଥିଲେ । ସଂକ୍ରମଣ ନିୟନ୍ତ୍ରଣରେ ଓଡ଼ିଶା ଭଲ କାମ କରିଥିବାରୁ ପରିସଂଖ୍ୟାନ ଦୃଷ୍ଟିରୁ ରାଜ୍ୟରେ କରୋନା ନିମ୍ନଗାମୀ […]

naveen-patnaik-1

Tapas Behera
  • Published: Tuesday, 14 April 2020
  • , Updated: 14 April 2020, 03:55 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠଅଧିକାରୀଙ୍କ ସହ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି, ଚାଷୀଙ୍କ ସମସ୍ୟା ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନେଇ ଆଲୋଚନା କରିଛନ୍ତି।

ମଙ୍ଗଳବାର ହୋଇଥିବା ସମୀକ୍ଷା ବୈଠକର ନିଷ୍ପତ୍ତି କେତେଦୂର କାର୍ଯ୍ୟକାରୀ ହୋଇଛି, ସେନେଇ ପଚାରି ବୁଝିଥିଲେ । ସଂକ୍ରମଣ ନିୟନ୍ତ୍ରଣରେ ଓଡ଼ିଶା ଭଲ କାମ କରିଥିବାରୁ ପରିସଂଖ୍ୟାନ ଦୃଷ୍ଟିରୁ ରାଜ୍ୟରେ କରୋନା ନିମ୍ନଗାମୀ ହେଉଛି ଓ ଏହା ରାଜ୍ୟ ପାଇଁ ଭଲ ଲକ୍ଷଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ, ପ୍ରଶାସନ ଓ ପୁଲିସ ଅଧିକାରୀ, ସଫେଇ କର୍ମଚାରୀ ଓ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଏହାସହ ରାଜ୍ୟରେ ଅତ୍ୟାବଶ୍ୟକ ଦ୍ରବ୍ୟ ପରିବହନରେ ଯେମିତି ବାଧା ନହେବ ସେଥିପ୍ରତି ଦୃଷ୍ଟି ଦେବାକୁ ଅଧିକାରୀଙ୍କୁ କହିଛନ୍ତି। ବିଶେଷକରି କୃଷିଜାତ ଦ୍ରବ୍ୟ ପରିବହନରେ ଆଦୌ ବାଧା ନହେବ ସେଥିଲାଗି ଯତ୍ନବାନ ହେବାକୁ କହିଛନ୍ତି । ଲକଡାଉନବେଳେ ଘରୋଇ ହିଂସା ବଢ଼ି ଯାଉଥିବା ଲକ୍ଷ୍ୟ କରାଯାଉଛି । ଏଣୁ ଅଭ୍ୟାସଗତ ଅପରାଧୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ।

Related story