୩୧ରେ ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୩୧ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ଅଗଷ୍ଟ ୬ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ୮ରେ ଓଡ଼ିଶା ଫେରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତମାସ ୩୧ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ସେପ୍ଟେମ୍ବର ୪ତାରିଖରେ ଭୁବନେଶ୍ୱର ଫେରିବେ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା […]

CM

CM

Niranjan Mishra
  • Published: Monday, 22 August 2022
  • Updated: 22 August 2022, 08:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୩୧ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ଅଗଷ୍ଟ ୬ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ୮ରେ ଓଡ଼ିଶା ଫେରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତମାସ ୩୧ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ସେପ୍ଟେମ୍ବର ୪ତାରିଖରେ ଭୁବନେଶ୍ୱର ଫେରିବେ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ଓଡ଼ିଶା ଭବନରେ ଏକ ସମୀକ୍ଷା ବୈଠକରେ ସାମିଲ ହୋଇପାରନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଚୂଡ଼ାନ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇନଥିଲେ ମଧ୍ୟ ଅଗଷ୍ଟ ୩୧ତାରିଖରେ ଦିଲ୍ଲୀ ଗସ୍ତ ପାଇଁ ପ୍ରସ୍ତୁତି ଶେଷ ହୋଇଛି ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତ ଜୁଲାଇ ୨୫ରେ ୪ଦିନିଆ ଓ ଅଗଷ୍ଟ ୬ରେ ୩ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos