Advertisment

୧୦ ବର୍ଷ ପରେ ବିଦେଶ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ୧୦ ବର୍ଷ ପରେ ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ୍ ୨୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁବାଇ ଯିବେ। ସେଠାରୁ ସେ ଇଟାଲି ଗସ୍ତ କରିବେ ବୋଲି ଜଣାଯାଇଛି ।  ବିଦେଶୀ ନିବେଶକଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିବା ନବୀନ ପଟ୍ଟନାୟକଙ୍କ ଗସ୍ତର ମୁଖ୍ୟ କାର୍ଯ୍ୟକ୍ରମ ରହିବ । ହେଲେ ଏନେଇ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ସୂଚନା ଦିଆଯାଇନି। ସୂଚନା ଅନୁଯାୟୀ, ଆସନ୍ତା ୨୮ ତାରିଖରେ […]

ଅଦ୍ୟତନ ହୋଇଛି
ରାଜ୍ୟସଭା ନିର୍ବାଚନ: ବିଜେଡିର ବିଜୟ ସୁନିଶ୍ଚିତ, କିନ୍ତୁ ଅଡ଼ୁଆ ହୋଇଛି ପ୍ରାର୍ଥୀ ଚୟନ

cm-naveen-patnaik

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ୧୦ ବର୍ଷ ପରେ ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ୍ ୨୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁବାଇ ଯିବେ। ସେଠାରୁ ସେ ଇଟାଲି ଗସ୍ତ କରିବେ ବୋଲି ଜଣାଯାଇଛି ।  ବିଦେଶୀ ନିବେଶକଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିବା ନବୀନ ପଟ୍ଟନାୟକଙ୍କ ଗସ୍ତର ମୁଖ୍ୟ କାର୍ଯ୍ୟକ୍ରମ ରହିବ । ହେଲେ ଏନେଇ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ସୂଚନା ଦିଆଯାଇନି।

Advertisment

ସୂଚନା ଅନୁଯାୟୀ, ଆସନ୍ତା ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ଦୁବାଇ ଯିବେ। ଉକ୍ତ ଦିନ ସେଠାରେ ଅୟୋଜିତ ହେବାକୁ ଥିବା ଇନଭେଷ୍ଟମେଣ୍ଟ ମିଟ୍‌ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଦୁବାଇ ବିଶ୍ୱର ଏକ ପ୍ରମୁଖ ଇନଭେଷ୍ଟମେଣ୍ଟ ହବ୍‌ ହୋଇଥିବା ବେଳେ ସେଠାରେ ଥିବା ବଡ଼ ବଡ଼ ନିବେଶକଙ୍କୁ ଓଡ଼ିଶା ଆସି ଶିଳ୍ପ ପ୍ରତିଷ୍ଠା କରିବାକୁ ନିମନ୍ତ୍ରଣ ଦେବେ ମୁଖ୍ୟମନ୍ତ୍ରୀ। ଏହା ପରେ ଉକ୍ତ ଦିନ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦୁବାଇରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ସମ୍ବୋଧନ କରିବା ସହ ସେମାନଙ୍କ ଦ୍ୱାରା ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଦୁବାଇ କାର୍ଯ୍ୟକ୍ରମ ସରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଟାଲି ଗସ୍ତ କରିବେ ବୋଲି ଜଣାଯାଇଛି। ସେଠାରେ ସେ ରୋମ୍ ଇନଭେଷ୍ଟର୍ସ ମିଟ୍‌ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ନିବେଶକଙ୍କୁ ଓଡ଼ିଶାରେ ଅଧିକ ନିବେଶ ପାଇଁ ଅନୁରୋଧ କରିବେ ନବୀନ। ଇପିକଲ୍, ଫିକି ଓ ଦୁବାଇସ୍ଥିତ ଇଣ୍ଡିଅଆନ କନସଲେଟ୍ ପକ୍ଷରୁ ଏଥିନିମନ୍ତେ କାର୍ଯ୍ୟକ୍ରମ ସ୍ଥିର ହୋଇଛି।

Advertisment

ଓଡ଼ିଶାକୁ ଏକ ଶିଳ୍ପ ସମୃଦ୍ଧ ରାଜ୍ୟରେ ପରିଣତ କରିବାକୁ, ଏହାକୁ ଇନଭେଷ୍ଟମେଣ୍ଟ ହବରେ ପରିଣତ କରିବା ଓ ବିଦେଶୀ ନିବେଶକଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିବାକୁ ୨୦୧୬ରୁ ଚେଷ୍ଟା ଚଳାଇଛନ୍ତି ରାଜ୍ୟ ସରକାର। ପ୍ରତି ୨ ବର୍ଷରେ ଥରେ ଏଠାରେ କନକ୍ଲେଭ ଆୟୋଜିତ ହେଉଛି। ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ ପରେ ଏହି ପ୍ରକ୍ରିୟା ଆହୁରି ତ୍ୱରାନ୍ୱିତ ହେବା ସହ ବିଦେଶୀ ନିବେଶକ ଓଡ଼ିଶା ଆଡ଼େ ମୁହାଁଇବେ ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ଦୀର୍ଘ ୨୫ବର୍ଷ ମଧ୍ୟରେ ଶ୍ରୀ ପଟ୍ଟନାୟକ ଦ୍ୱିତୀୟ ଥର ପାଇଁ ବିଦେଶ ଗସ୍ତରେ ଯିବେ ।  ଶ୍ରୀ ପଟ୍ଟନାୟକ ୧୯୯୭ ମସିହାରେ ରାଜନୀତିରେ ପାଦ ଥାପିବା ପରଠୁ ବିଦେଶ ଗସ୍ତରେ ଯାଇନଥିଲେ। ଶେଷଥର ପାଇଁ ୨୦୧୨ ମେ’ ମାସରେ ଲଣ୍ଡନରେ ବିଜିନେସ୍ ମିଟ୍ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ। କିନ୍ତୁ ପ୍ୟାରୀମୋହନ ମହାପାତ୍ରଙ୍କ ‘ମିଡନାଇଟ୍ ଅପରେସନ’ ଯୋଗୁ ସେ ନିଜର ଗସ୍ତକୁ କାଂଟଛାଂଟ୍ କରି ଫେରିଥିଲେ। ଏହି ଘଟଣାର ଦୀର୍ଘ ୧୦ବର୍ଷ ପରେ ଶ୍ରୀ ପଟ୍ଟନାୟକ ବିଦେଶ ଗସ୍ତ ଯାଉଥିବା ଜଣାପଡ଼ିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe