ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ, ବିଜେଡି ସାଂସଦଙ୍କୁ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀରେ ପହଞ୍ଚିବା ପରେ ଆଜି କେନ୍ଦ୍ରମନ୍ତ୍ରୀ ଓ ବିଭିନ୍ନ ଦଳର ସାଂସଦମାନଙ୍କ ସହ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ବିଜେଡି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛନ୍ତି ।  ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗଗୁଡିକୁ ସଂସଦରେ ଉପସ୍ଥାପିତ କରିବାକୁ ସେ ବିଜେଡି ସାଂସଦମାନଙ୍କୁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡିର ଅନ୍ୟ ସାଂସଦମାନେ ମଧ୍ୟ ପାର୍ଲାମେଣ୍ଟ ପରିସରରେ ଉପସ୍ଥିତ ଥିଲେ […]

cm

cm

Niharika Rout
  • Published: Tuesday, 29 March 2022
  • Updated: 29 March 2022, 02:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀରେ ପହଞ୍ଚିବା ପରେ ଆଜି କେନ୍ଦ୍ରମନ୍ତ୍ରୀ ଓ ବିଭିନ୍ନ ଦଳର ସାଂସଦମାନଙ୍କ ସହ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ବିଜେଡି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛନ୍ତି ।  ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗଗୁଡିକୁ ସଂସଦରେ ଉପସ୍ଥାପିତ କରିବାକୁ ସେ ବିଜେଡି ସାଂସଦମାନଙ୍କୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡିର ଅନ୍ୟ ସାଂସଦମାନେ ମଧ୍ୟ ପାର୍ଲାମେଣ୍ଟ ପରିସରରେ ଉପସ୍ଥିତ ଥିଲେ । ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିମ୍ବା ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ବିଜେଡି କାହାକୁ ସମର୍ଥନ କରିବ ବୋଲି ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ ପଚାରିଥିଲେ। ଏ ସମ୍ପର୍କରେ ବିଜେଡି କିଛି ଚିନ୍ତା କରିନଥିବା ସ୍ପଷ୍ଟ କରିଛନ୍ତି ନବୀନ । ତା’ ସହିତ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଲେଖିଥିବା ଚିଠି ପାଇ ନ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ   ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos