ପଦୋନ୍ନତି ପାଇବା ପାଇଁ କର୍ମଚାରୀମାନେ ହଇରାଣ ହେଉଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଭାଗୀୟ ପଦୋନ୍ନତି କ୍ଷେତ୍ରରେ ନିମ୍ନ ଓ ମଧ୍ୟମ ବର୍ଗର କର୍ମଚାରୀମାନେ ହଇରାଣ ହରକତ ହେଉଛନ୍ତି ଓ ପଦୋନ୍ନତିରେ ଅଯଥା ବିଳମ୍ବ ହେବା ସହ ଅସାଧୁ ଉପାୟ ଅବଲମ୍ବନ ମଧ୍ୟ ହେଉଛି। ଏକଥା ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱୀକାର କରିବା ସହ ଠିକ୍ ସମୟରେ ପଦୋନ୍ନତି ଦିଆଗଲେ ଟିମୱାର୍କ ପାଇଁ କର୍ମଚାରୀମାନେ ଉତ୍ସାହିତ ହେବେ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ପଦୋନ୍ନତି କ୍ଷେତ୍ରରେ ନିମ୍ନ ଓ ମଧ୍ୟମ ବର୍ଗର […]

43210-1-750x430

43210-1-750x430

Tapas Behera
  • Published: Monday, 23 December 2019
  • Updated: 23 December 2019, 09:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଭାଗୀୟ ପଦୋନ୍ନତି କ୍ଷେତ୍ରରେ ନିମ୍ନ ଓ ମଧ୍ୟମ ବର୍ଗର କର୍ମଚାରୀମାନେ ହଇରାଣ ହରକତ ହେଉଛନ୍ତି ଓ ପଦୋନ୍ନତିରେ ଅଯଥା ବିଳମ୍ବ ହେବା ସହ ଅସାଧୁ ଉପାୟ ଅବଲମ୍ବନ ମଧ୍ୟ ହେଉଛି। ଏକଥା ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱୀକାର କରିବା ସହ ଠିକ୍ ସମୟରେ ପଦୋନ୍ନତି ଦିଆଗଲେ ଟିମୱାର୍କ ପାଇଁ କର୍ମଚାରୀମାନେ ଉତ୍ସାହିତ ହେବେ ବୋଲି କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ପଦୋନ୍ନତି କ୍ଷେତ୍ରରେ ନିମ୍ନ ଓ ମଧ୍ୟମ ବର୍ଗର କର୍ମଚାରୀମାନଙ୍କ କ୍ଷେତ୍ରରେ ହେଉଥିବା ଅଯଥା ବିଳମ୍ବ, ହଇରାଣ ହରକତ ତଥା ଅସାଧୁ ଉପାୟ ଅବଲମ୍ବନ ହେଉଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିବା ସହ ଯଥା ସମୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଅଧିକାରୀମାନଙ୍କୁ ପଦୋନ୍ନତି ଦିଆଯାଉ ବୋଲି ଆଗ୍ରହ ପ୍ରକାଶ କରିଛନ୍ତି।
ପଦୋନ୍ନତି ଅପେକ୍ଷାରେ ଥିବା କୌଣସି ଯୋଗ୍ୟ ଅଧିକାରୀ/କର୍ମଚାରୀ ଯେପରି ନିଜ ପଦୋନ୍ନତି ପାଇଁ ଏଠୁ ସେଠିକି ନ ଧାଇଁବେ, ସେଥିପ୍ରତି ପ୍ରଚଳିତ ବ୍ୟବସ୍ଥାରେ ଆବଶ୍ୟକ ପରିବର୍ତ୍ତନ ଓ ଶୃଙ୍ଖଳା ଅଣାଯିବା ପାଇଁ ପରାମର୍ଶ ଦେବା ସହିତ ଅହେତୁକ ବିଳମ୍ବ କ୍ଷେତ୍ରରେ ସମ୍ପୃକ୍ତ ମୁଖ୍ୟମାନଙ୍କୁ ଦାୟୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି।
ଜିଲ୍ଲା, ବିଭାଗୀୟ ମୁଖ୍ୟ ଓ ରାଜ୍ୟସ୍ତରୀୟ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ବିଭାଗରେ ପଦୋନ୍ନତି ଅପେକ୍ଷାରେ ଥିବା ଅଧିକାରୀ ଓ କର୍ମଚାରୀମାନଙ୍କ ପଦୋନ୍ନତି ପ୍ରକ୍ରିୟା ଡିସେମ୍ବର ୩୧ତାରିଖ ସୁଦ୍ଧା ଶେଷ କରି ଜାନୁୟାରୀ ୧ ତାରିଖ ସୁଦ୍ଧା ପଦୋନ୍ନତିଯୋଗ୍ୟ ସମସ୍ତ କର୍ମଚାରୀ ଓ ଅଧିକାରୀମାନଙ୍କୁ ପଦୋନ୍ନତି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ଅନୁପାଳନ ରିପୋର୍ଟ ମୁକ୍ୟ ସଚିବଙ୍କ ନିକଟକୁ ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଓ ଜିଲ୍ଲାପାଳମାନେ ଡିସେମ୍ବର ୩୧ତାରିଖ ସନ୍ଧ୍ୟା ସୁଦ୍ଧା ପଠାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଫାଇଭ-ଟିର ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର ଭାବେ ଦାୟିତ୍ୱ ନିର୍ବାହ କରୁଥିବା ସରକାରୀ କର୍ମଚାରୀମାନଙ୍କୁ ଏଚଆରଏମଏସ୍ ସୁବିଧା ଥାଇ ପଦୋନ୍ନତି ଦେବା କ୍ଷେତ୍ରରେ ଅହେତୁକ ବିଳମ୍ବ ଘଟୁଥିବାରୁ ଆବଶ୍ୟକସ୍ଥଳେ ଏଥିରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ଠିକ୍ ସମୟରେ ପଦୋନ୍ନତି ଦିଆଗଲେ ଟିମୱାର୍କ ପାଇଁ କର୍ମଚାରୀମାନେ ଉତ୍ସାହିତ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story