ବିଜେପି ରାଜ୍ୟ ସଭାପତିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କ ସହ କଥା ହୋଇ ତାଙ୍କର ଆରୋଗ୍ୟ କାମନା କରିଛନ୍ତି। https://twitter.com/Naveen_Odisha/status/1305530845910843392?s=20 ମୁଖ୍ୟମନ୍ତ୍ରୀ ଆଜି ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କ ସଙ୍ଗେ କଥା ହୋଇ ତାଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା […]

naveen1

Manoranjan Sial
  • Published: Monday, 14 September 2020
  • , Updated: 14 September 2020, 10:16 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କ ସହ କଥା ହୋଇ ତାଙ୍କର ଆରୋଗ୍ୟ କାମନା କରିଛନ୍ତି।

https://twitter.com/Naveen_Odisha/status/1305530845910843392?s=20

ମୁଖ୍ୟମନ୍ତ୍ରୀ ଆଜି ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କ ସଙ୍ଗେ କଥା ହୋଇ ତାଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେହିପରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ଶ୍ରୀ ମହାନ୍ତିଙ୍କ ଶୀଘ୍ର ଆରୋଗ୍ୟ ପାଇଁ ଭଗବାନଙ୍କ ନିକଟରେ କାମନା କରିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀ ମହାନ୍ତି ନିଜେ ସଂକ୍ରମିତ ହୋଇଥିବା ନେଇ ଆଜି ସକାଳେ ଜାଣିବାପରେ ଡାକ୍ତରଙ୍କ ପରାମର୍ଶରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମେତ ବହୁ ନେତା ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Related story