Advertisment

ଆଜି ଇଟାଲି ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜିଠୁ ଇଟାଲି ଅଭିମୁଖେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଇଟାଲୀ ଅଭିମୁଖେ ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମ, WFP ପକ୍ଷରୁ ରୋମ୍‌ରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା । ସେଠାରେ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରେ ହୋଇଥିବା […]

ଅଦ୍ୟତନ ହୋଇଛି
ରାଜ୍ୟସଭା ନିର୍ବାଚନ: ବିଜେଡିର ବିଜୟ ସୁନିଶ୍ଚିତ, କିନ୍ତୁ ଅଡ଼ୁଆ ହୋଇଛି ପ୍ରାର୍ଥୀ ଚୟନ

cm-naveen-patnaik

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜିଠୁ ଇଟାଲି ଅଭିମୁଖେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଇଟାଲୀ ଅଭିମୁଖେ ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।

Advertisment

ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମ, WFP ପକ୍ଷରୁ ରୋମ୍‌ରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା । ସେଠାରେ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରେ ହୋଇଥିବା ରୂପାନ୍ତୀକରଣ ଉପରେ ବାର୍ତ୍ତା ଦେବେ ନବୀନ। ଖାଦ୍ୟ ପାଇଁ ଦିନେ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା, ଏବେ କିଭଳି ଖାଦ୍ୟ ବଳକା ରାଜ୍ୟ ହୋଇପାରିଛି ସେ ବିଷୟରେ ଅବଗତ କରାଇବେ।

ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମର ଏକଜିକ୍ୟୁଟିଭ୍  ଡିରେକ୍ଟର ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ନେଇ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ତା’ଛଡ଼ା ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ମଡେଲ୍ ଷ୍ଟେଟ୍ ହେବା ଉପରେ ବି ନବୀନ ଆଲୋକପାତ କରିବେ  ।  ରୋମ୍ ଗସ୍ତ ସମୟରେ ନବୀନ ଭାଟିକାନ୍ ସିଟରେ ପୋପ୍ ଫ୍ରାନସିସ୍‌ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

Advertisment

ଆସନ୍ତା ୨୬ ତାରିଖ ୩ଟା ୨୫ରେ ରୋମ୍ ଛାଡି ସେଠାରୁ ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ପୁଞ୍ଜିନିବେଶକାରୀ ସମ୍ମିଳନୀରେ ଯୋଗଦେଇ ନିବେଶକଙ୍କ ସହ ଆଲୋଚନା କରିବେ । ନିବେଶକାରୀମାନେ କିପରି ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ କରିବେ ସେନେଇ ବୈଠକରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୨୨ବର୍ଷର କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବିଦେଶ ଗସ୍ତରେ ଯାଉଛନ୍ତି । ସେ ୨୦୧୨ ମେ’ ୨୪ତାରିଖରେ ଲଣ୍ଡନ ଗସ୍ତରେ ଯାଇଥିଲେ ।

Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe