ଜୟପୁର (ଟି.ଗୌରୀଶଙ୍କର): ଆଜି ଜୟପୁରରେ ଜରୁରୀ ଅବତରଣ କରିଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିମାନ। ମୁଖ୍ୟମନ୍ତ୍ରୀ ଲାଞ୍ଜିଗଡ଼ ଯାଉଥିବା ବେଳେ ଜୟପୁର ଏୟାରଷ୍ଟ୍ରିପ୍ରେ ତାଙ୍କ ବିମାନ ଜରୁରୀ ଅବତରଣ କରିଥିଲା। ତେବେ କାହିଁକି ତାଙ୍କ ବିମାନ ଜରୁରୀ ଅବତରଣ କଲା, ତାହା ସ୍ପଷ୍ଟ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ନା ଅନ୍ୟ କିଛି କାରଣରୁ ବିମାନଟି ଜରୁରୀ ଅବତରଣ କଲା, ତାହା ଜଣାପଡ଼ିନି। ସରକାରଙ୍କ ପକ୍ଷରୁ ଏନେଇ କିଛି ସୂଚନା ଦିଆଯାଇ ନାହିଁ।
କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲାଞ୍ଜିଗଡ଼ରେ ଓହ୍ଲାଇ ହେଲିକପ୍ଟରରେ ରାୟଗଡ଼ା ଯାଇ ଥାଆନ୍ତେ। ତେବେ ଜୟପୁରରେ ବିମାନଟି ଜରୁରୀ ଅବତରଣ କରିବା ପରେ ସେ ସେଠାରେ ପ୍ରାୟ ୪୫ ମିନିଟ୍ ରହିଥିଲେ। ଲାଞ୍ଜିଗଡ଼ରୁ ହେଲିକପ୍ଟର ଆସିବା ପରେ ମୁଖ୍ୟମନ୍ତ୍ରୀ ରାୟଗଡ଼ା ଅଭିମୁଖେ ଯାତ୍ରା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।