ଦେଶର ପ୍ରଥମ ଦୂରଗାମୀ ସିଏନ୍‌ଜି ବସ୍‌ର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଜବାହାରଲାଲ ନେହରୁ ଷ୍ଟାଡିୟମରେ ମଙ୍ଗଳବାର ଦେଶରେ ପ୍ରଥମ ଥର ପାଇଁ ଦୂରଗାମୀ ସିଏନ୍‌ଜି ବସର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ସ୍ୱଚ୍ଛ ଇନ୍ଧନ ଦିଗରେ ବଡ ପଦକ୍ଷେପ ବୋଲି କହିଛନ୍ତି ଧର୍ମେନ୍ଦ୍ର । ସେ କହିଛନ୍ତି ଯେ, ପ୍ରାକୃତିକ ଗ୍ୟାସ ବିତରଣ କମ୍ପାନୀ ଇନ୍ଦ୍ରପ୍ରସ୍ଥ ଗ୍ୟାସ ଲିମିଟେଡ୍ ଆଇଜିଏଲ ସହଯୋଗରେ ଅଧିକ କ୍ଷମତା ବିଶିଷ୍ଟ ସିଏନଜି ସିଲିଣ୍ଡର ତିଆରି କରାଯିବା ପ୍ରଂଶସାର ବିଷୟ । ବସରେ ବ୍ୟବହୃତ ହେଉଥିବା ସିଏନଜି ସିଲିଣ୍ଡରରେ […]

CNG-1

CNG-1

Tapas Behera
  • Published: Tuesday, 24 December 2019
  • Updated: 24 December 2019, 09:21 PM IST

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଜବାହାରଲାଲ ନେହରୁ ଷ୍ଟାଡିୟମରେ ମଙ୍ଗଳବାର ଦେଶରେ ପ୍ରଥମ ଥର ପାଇଁ ଦୂରଗାମୀ ସିଏନ୍‌ଜି ବସର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ସ୍ୱଚ୍ଛ ଇନ୍ଧନ ଦିଗରେ ବଡ ପଦକ୍ଷେପ ବୋଲି କହିଛନ୍ତି ଧର୍ମେନ୍ଦ୍ର । ସେ କହିଛନ୍ତି ଯେ, ପ୍ରାକୃତିକ ଗ୍ୟାସ ବିତରଣ କମ୍ପାନୀ ଇନ୍ଦ୍ରପ୍ରସ୍ଥ ଗ୍ୟାସ ଲିମିଟେଡ୍ ଆଇଜିଏଲ ସହଯୋଗରେ ଅଧିକ କ୍ଷମତା ବିଶିଷ୍ଟ ସିଏନଜି ସିଲିଣ୍ଡର ତିଆରି କରାଯିବା ପ୍ରଂଶସାର ବିଷୟ । ବସରେ ବ୍ୟବହୃତ ହେଉଥିବା ସିଏନଜି ସିଲିଣ୍ଡରରେ ଥରେ ମାତ୍ର ସିଏନଜି ଭରିଲେ ବସଟି ୧ ହଜାର କିମି ପର୍ଯ୍ୟନ୍ତ ଯାତାୟତ କରିପାରିବ । ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀରୁ ଡେରାଡୁନ ପର୍ଯ୍ୟନ୍ତ ୫ଟି ଦୂରଗାମୀ ସିଏନଜି ବସ୍ ଯାତାୟତ କରିବ ।

ଖୁବ ଶୀଘ୍ର ଦିଲ୍ଲୀରୁ ଜୟପୁର, ଚଣ୍ଡିଗଡ ଏବଂ ଆଗ୍ରାରେ ଏଭଳି ବସ୍ ଯାତାୟତ କରିବ ବୋଲି ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ, ସିଏନଜି ଗ୍ୟାସ ଶସ୍ତା, ପରିବେଶ ସନ୍ତୁଳନ, ଅନ୍ୟ ଇନ୍ଧନ ତୁଳନାରେ ଭଲ । ଯଦ୍ୱାରା ଅଧିକ ସମୟ ମଧ୍ୟ ବଂଚାଯାଇପାରିବ । ଆଗାମୀ ପିଢିଙ୍କୁ ଭଲ ଭିତ୍ତିଭୂମି ଉପଲବ୍ଧ କରେଇବାରେ ତଥା ସେମାନଙ୍କ ଜୀବନ ଶୈଳୀ ପରିବର୍ତନ କରିବାରେ ଏହା ଭାରତ ସରକାରଙ୍କ ବଡ ପଦକ୍ଷେପ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ସେ କହିଛନ୍ତି ଯେ, ଭାରତ ଏକ ସ୍ଥିର ମୂଲ୍ୟ ଆଧାରିତ ବଜାର ଅଟେ । ତେଣୁ ଦେଶରେ ସୁଲଭ ମୂଲ୍ୟରେ ସ୍ୱଚ୍ଛ ଇନ୍ଧନ ଯୋଗାଇବା ଭାରତ ସରକାରଙ୍କର ପ୍ରତିଶ୍ରୁତି ରହିଛି । ପୂର୍ବରୁ ସରକାର ପିଏନଜି ଓ ସିଏନଜି ଗ୍ୟାସ ଉପରେ ଗୁରୁତ୍ୱ ଦେଉନଥିଲେ । ମାତ୍ର ମୋଦି ସରକାର ଆସିବା ପରେ ପିଏନଜି ଓ ସିଏନଜିକୁ ଗୁରୁତ୍ୱ ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos