ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ଆଳୁ ମିଶନ ଫେଲ୍ ହେବା ପରେ ଘରୋଇ ଶୀତଳଭଣ୍ଡାର ମାଲିକଙ୍କ ଚିନ୍ତା ବଢ଼ିଯାଇଛି। ସ୍ଥିତି ଏପରି ହୋଇଛି ଯେ, ଏମାନେ ଦେବାଳିଆ ଅବସ୍ଥାକୁ ଚାଲି ଯାଇଛନ୍ତି। ଏହାକୁ ନେଇ ରାଜ୍ୟ ଶୀତଳଭଣ୍ଡାର ସଂଘ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ଆନ୍ଦୋଳନ ଧମକ ଦେଇଛି।
ରୁଗ୍ଣ ଅବସ୍ଥାକୁ ଚାଲି ଯାଇଥିବା ଏହି ଶୀତଳଭଣ୍ଡାରଗୁଡିକୁ ଚାଲୁ କରିବା ପାଇଁ ମାଲିକମାନଙ୍କୁ ୨ କୋଟି ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ସଂଘ ଦାବି କରିଛି। ଏହାସହ ବିଦ୍ୟୁତ୍ ଶୁଳ୍କରେ ୫୦ ପ୍ରତିଶତ ଛାଡ଼ ଏବଂ ବ୍ୟାଙ୍କ ଋଣ ଉପରେ ସୁଧା ହାର କମାଇବାକୁ ମଧ୍ୟ ଦାବି କରାଯାଇଛି।
ଓଡିଶା ଶୀତଳଭଣ୍ଡାର ସଂଘ ସମ୍ପାଦକ ଜନାର୍ଦ୍ଦନ ସାହୁ କହିଛନ୍ତି, “ଆଳୁ ମିଶନକୁ ଆଧାର କରି ଶୀତଳଭଣ୍ଡାର ନିର୍ମାଣ କରାଯାଇଥିଲା। ସରକାରଙ୍କ ଏହି ମିଶନ୍ ଫେଲ୍ ହେବା ପରେ ଘରୋଇ ମାଲିକମାନଙ୍କୁ ବହୁତ କ୍ଷତି ସହିବାକୁ ପଡ଼ୁଛି। ଆମ ଦାବି ସମ୍ପର୍କରେ ଆଗରୁ ସରକାରଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କିଛି ଲାଭ ହୋଇନାହିଁ। ସରକାର ଶୀଘ୍ର ଦାବି ପୂରଣ ନ କଲେ ଆସନ୍ତା ୨୨ ତାରିଖରୁ ଆନ୍ଦୋଳନକୁ ଓହ୍ଲାଇବୁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ବେଲଗାମ୍ ପ୍ରଶାସନ, ମାନୁନାହାନ୍ତି ସଚିବ: ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନାହାନ୍ତି ୮ସଚିବ
ଆଇଏଏସ୍ ଅଫିସରମାନେ ଜିଲ୍ଲା ଗସ୍ତରେ ଯାଇ ରାତ୍ରି ରହଣୀ କରିବାରେ ଆଗ୍ରହ ଦେଖାଉନଥିବା, ଏପରିକି ପ୍ରାୟ ୧୦ଜଣ ସଚିବ(ବରିଷ୍ଠ ଆଇଏଏସ) ବିଗତ ୬ମାସ ମଧ୍ୟରେ ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନଥିବାର ଅଭାବନୀୟ ଚିତ୍ର ପଦାକୁ ଆସିଛି ।

Politics
ଆଉ ନିର୍ବାଚନ ଲଢ଼ିବେ ନାହିଁ ନିରଞ୍ଜନ, ଅନ୍ୟ ବରିଷ୍ଠ ନେତାଙ୍କୁ ଦେଲେ ଇସାରା
ପୂର୍ବତନ ପିସିସି ସଭାପତି ନିରଞ୍ଜନଙ୍କ ବୟାନ ଏଭଳି ସମୟରେ ଆସିଛି ଯେତେବେଳେ କି ଦଳରେ ପୁରୁଖା ନେତାମାନଙ୍କୁ ଏକଜୁଟ କରିବାରେ ବର୍ତ୍ତମାନର ପିସିସି ସଭାପତି ଭକ୍ତଚରଣ ଦାସ ଲାଗି ପଡ଼ିଛନ୍ତି ।

Special
ଦୁର୍ନୀତିରେ ଉବୁଟୁବୁ ‘ଅଳକା’!
ପରିଚାଳନା ପରିଷଦ ବୈଠକ ଜରିଆରେ ବହୁମତକୁ ଗୁରୁତ୍ୱ ନ ଦେଇ ସଭାପତି ବିଶ୍ୱଜିତ୍ ରାଉତ ଅନେକ ମନମୁଖୀ ନିଷ୍ପତ୍ତି ନେବା ଯୋଗୁଁ, ସେଠାରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦରମା ବଢ଼ିପାରୁନଥିବାବେଳେ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଲକ୍ଷ ଲକ୍ଷ ଟଙ୍କା ଭଡ଼ା ନ ଦେଇ ଠକି ଚାଲିଛନ୍ତି।

Politics
ବିଜେଡିର ‘ଲଣ୍ଠନ’ ରାଜନୀତି: ସଂଗଠନ ଓ ବିଧାୟକ ମଧ୍ୟରେ ଫାଟ, ପୁଣି ଦିଲ୍ଲୀ ଗଲେ ନବୀନ
ରାଜ୍ୟରେ କ୍ଷମତାସୀନ ବିଜେପି ପ୍ରତି ବିଜେଡି ନେତୃତ୍ୱ ନିଜର ଆଭିମୁଖ୍ୟ ସ୍ପଷ୍ଟ କରୁନଥିବାରୁ ସଂଗଠନ ଓ ବିଧାୟକମାନଙ୍କ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି ।

Politics
ଓଡ଼ିଶା ଛାଡ଼ିବେ ପାଣ୍ଡିଆନ: ବିଜେଡି ସମ୍ଭାଳିବେ ବବି, ନେତାଙ୍କ ତୁଣ୍ଡରେ ତୁଣ୍ଡି
ଧାରଣ ନିର୍ବାଚନରେ ବିପର୍ଯ୍ୟୟ ପରେ ଦଳରେ ପଂଚାୟତଠୁ ରାଜ୍ୟସ୍ତର ପର୍ଯ୍ୟନ୍ତ ତୀବ୍ର ଗୋଷ୍ଠୀକନ୍ଦଳ ଲାଗି ରହିଥିବାରୁ ପାଣ୍ଡିଆନଙ୍କ ପ୍ରସ୍ତୁତ ଏହି ଇକୋସିଷ୍ଟମ ଓ ରିମୋଟ୍ କଂଟ୍ରୋଲରେ ନିୟନ୍ତ୍ରଣ କେତେ ପ୍ରଭାବୀ ହୋଇପାରିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।