ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଅଧିକ ପରିମାଣରେ ଥଣ୍ଡା ଅନୂଭୁତ ହେବ। ଉଭୟ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଶୀତ ପ୍ରକୋପ ବଢ଼ିବ। ଏନେଇ ରାଜ୍ୟର ୧୬ଟି ଜିଲ୍ଲାକୁ ଶୀତଲହରୀ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ
ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୪ ଘଣ୍ଟା ପଯର୍ୟନ୍ତ ଦକ୍ଷିଣ ଆଭ୍ୟନ୍ତର ଓ ଉତ୍ତର ଉପକୂଳ ଜିଲ୍ଲାରେ ଥଣ୍ଡାର ପ୍ରକୋପ ବଢ଼ିବ। ସେହିପରି କୋରାପୁଟ, ମାଲକାନଗିରିର କିଛି ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।